Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 5:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେମାନେ ସେମାନଙ୍କ ପ୍ରତିକୂଳରେ ସାହାଯ୍ୟ ପାଇଲେ, ତହିଁରେ ହାଗରୀୟମାନେ ଓ ସେମାନଙ୍କ ସଙ୍ଗୀ ସମସ୍ତ ଲୋକ ସେମାନଙ୍କ ହସ୍ତରେ ସମର୍ପିତ ହେଲେ; କାରଣ ସେମାନେ ଯୁଦ୍ଧରେ ପରମେଶ୍ୱରଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସେ ସେମାନଙ୍କ ପ୍ରାର୍ଥନା ଶୁଣିଲେ; ଯେହେତୁ ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେମାନେ ସେମାନଙ୍କ ପ୍ରତିକୂଳରେ ସାହାଯ୍ୟ ପାଇଲେ, ତହିଁରେ ହାଗରୀୟମାନେ ଓ ସେମାନଙ୍କ ସଙ୍ଗୀ ସମସ୍ତ ଲୋକ ସେମାନଙ୍କ ହସ୍ତରେ ସମର୍ପିତ ହେଲେ; କାରଣ ସେମାନେ ଯୁଦ୍ଧରେ ପରମେଶ୍ଵରଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସେ ସେମାନଙ୍କ ପ୍ରାର୍ଥନା ଶୁଣିଲେ; ଯେହେତୁ ସେମାନେ ତାହାଙ୍କଠାରେ ବିଶ୍ଵାସ କଲେ।

Gade chapit la Kopi

ଓଡିଆ ବାଇବେଲ

20 ସେମାନେ ସେମାନଙ୍କ ପ୍ରତିକୂଳରେ ସାହାଯ୍ୟ ପାଇଲେ, ତହିଁରେ ହାଗରୀୟମାନେ ଓ ସେମାନଙ୍କ ସଙ୍ଗୀ ସମସ୍ତ ଲୋକ ସେମାନଙ୍କ ହସ୍ତରେ ସମର୍ପିତ ହେଲେ; କାରଣ ସେମାନେ ଯୁଦ୍ଧରେ ପରମେଶ୍ୱରଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସେ ସେମାନଙ୍କ ପ୍ରାର୍ଥନା ଶୁଣିଲେ; ଯେହେତୁ ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ।

Gade chapit la Kopi

ପବିତ୍ର ବାଇବଲ

20 ମନଃଶି, ରୁବେନ୍ ଓ ଗାଦ୍ ଗୋଷ୍ଠୀୟର ଏହି ଲୋକମାନେ ଯୁଦ୍ଧ କ୍ଷେତ୍ରରେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ୱର ସେମାନଙ୍କୁ ଯେପରି ସାହାଯ୍ୟ କରନ୍ତି, ଏଥିନିମନ୍ତେ ସେମାନେ ତାଙ୍କ ନିକଟରେ ବିନତି କଲେ। କାରଣ ସେମାନେ ତାଙ୍କଠାରେ ବିଶ୍ୱାସ କରୁଥିଲେ। ତେଣୁ ପରମେଶ୍ୱର ସେମାନଙ୍କୁ ସାହାଯ୍ୟ କଲେ। ହାଗରୀୟ ଲୋକମାନଙ୍କୁ ପରାସ୍ତ କରିବାକୁ ପରମେଶ୍ୱର ସେମାନଙ୍କୁ ଅନୁମତି ଦେଲେ। ଆହୁରି ମଧ୍ୟ ସେମାନେ ହାଗରୀୟ ଲୋକମାନଙ୍କ ସହିତରେ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ୟ ପରାସ୍ତ କଲେ।

Gade chapit la Kopi




1 ବଂଶାବଳୀ 5:20
35 Referans Kwoze  

ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।


ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍‍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରିଯିବା ପାଇଁ ପ୍ରବର୍ତ୍ତାଇଲେ।


କାରଣ ଯୁଦ୍ଧ ପରମେଶ୍ୱରଙ୍କ ଆଡ଼ୁ ହେବାରୁ ଅନେକ ହତ ହୋଇ ପଡ଼ିଲେ। ପୁଣି, ସେମାନେ ବନ୍ଦୀତ୍ୱ ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କଲେ।


ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।


ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।


ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି।


ଏହେତୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଅବଶ୍ୟ ଇସ୍ରାଏଲର ରାଜା; ଆଉ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ତହିଁରେ ଯିହୋଶାଫଟ୍‍ ଡାକ ପକାଇଲେ।”


ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, “ତାହାକୁ ଶଯ୍ୟାରେ ମୋʼ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି।”


ପୁଣି, ମୋଶା ଆପଣା ହସ୍ତ ଊର୍ଦ୍ଧ୍ୱକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ।


ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କʼଣ ଏମାନଙ୍କର ବିଚାର କରିବ ନାହିଁ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି।”


ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍‍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, “ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।”


ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।


ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।


ଇସ୍‌ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।


ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍‍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର, ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ, ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇଗଲେ।


ଆଉ, ସେ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କ ପ୍ରତି ପ୍ରସନ୍ନ ହେଲେ ଓ ତାଙ୍କର ନିବେଦନ ଶୁଣି ତାଙ୍କୁ ପୁନର୍ବାର ତାଙ୍କର ରାଜ୍ୟ ଯିରୂଶାଲମକୁ ଆଣିଲେ। ସେତେବେଳେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି।


ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ।


ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ।


ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ କରିଥିଲେ।


ସୈନ୍ୟଦଳ ଗାଦ୍‍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍‍ ସେମାନଙ୍କୁ ଆକ୍ରମଣ କରିବ।


ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି।


ଏହିରୂପେ ସେହି ସମୟରେ ଇସ୍ରାଏଲ ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ।


ଆହୁରି, ପରମେଶ୍ୱର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଓ ଗୁରୁବାଲ୍‍-ନିବାସୀ ଆରବୀୟମାନଙ୍କ ଓ ମିୟୂନୀୟମାନଙ୍କ ପ୍ରତିକୂଳରେ ତାଙ୍କର ସାହାଯ୍ୟ କଲେ।


ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି।


ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।


କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ, ଏହା ସଦାପ୍ରଭୁ କହନ୍ତି।’”


Swiv nou:

Piblisite


Piblisite