Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 5:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଥିଉତ୍ତାରେ ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ଆଉ ପରମେଶ୍ୱର ଯେଉଁ ଦେଶୀୟ ଲୋକମାନଙ୍କୁ ସେମାନଙ୍କ ସମ୍ମୁଖରେ ବିନାଶ କରିଥିଲେ, ସେମାନେ ସେମାନଙ୍କ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଅନନ୍ତର ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ଵରଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କଲେ, ଆଉ ପରମେଶ୍ଵର ଯେଉଁ ଦେଶୀୟ ଲୋକମାନଙ୍କୁ ସେମାନଙ୍କ ସମ୍ମୁଖରେ ବିନାଶ କରିଥିଲେ, ସେମାନେ ସେମାନଙ୍କ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କଲେ।

Gade chapit la Kopi

ଓଡିଆ ବାଇବେଲ

25 ଏଥିଉତ୍ତାରେ ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ଆଉ ପରମେଶ୍ୱର ଯେଉଁ ଦେଶୀୟ ଲୋକମାନଙ୍କୁ ସେମାନଙ୍କ ସମ୍ମୁଖରେ ବିନାଶ କରିଥିଲେ, ସେମାନେ ସେମାନଙ୍କ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କଲେ।

Gade chapit la Kopi

ପବିତ୍ର ବାଇବଲ

25 କିନ୍ତୁ ଏହି ନେତାମାନେ ସେମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କଲେ। ସେମାନେ ସେହି ଲୋକମାନଙ୍କର ମିଥ୍ୟା ଦେବତାଗଣର ଉପାସନା କରିବାକୁ ଆରମ୍ଭ କଲେ, ଯେଉଁମାନଙ୍କୁ ପରମେଶ୍ୱର ସେମାନଙ୍କ ସମ୍ମୁଖରେ ନଷ୍ଟ କରିଥିଲେ।

Gade chapit la Kopi




1 ବଂଶାବଳୀ 5:25
14 Referans Kwoze  

ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ମାତା।


ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”


କେଜାଣି ଅବା ତୁମ୍ଭେ ସେହି ଦେଶ ନିବାସୀ ଲୋକମାନଙ୍କ ସହିତ ନିୟମ କରିବ; କଲେ ଯେଉଁ ସମୟରେ ସେମାନେ ନିଜେ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କରନ୍ତି ଓ ନିଜ ଦେବଗଣ ନିକଟରେ ବଳିଦାନ କରନ୍ତି, ସେସମୟରେ କେହି ତୁମ୍ଭକୁ ଡାକିଲେ, ତୁମ୍ଭେ ତାହାର ବଳିଦ୍ରବ୍ୟ ଖାଇବ;


ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ।


ଏଥିଉତ୍ତାରେ ଗିଦିୟୋନ୍‍ ମଲା କ୍ଷଣି ଇସ୍ରାଏଲ ଲୋକମାନେ ଫେରି ବାଲ୍‍ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍‍-ବରୀତକୁ ଆପଣାମାନଙ୍କର ଦେବତା ମାନିଲେ।


ତଥାପି ସେମାନେ ଆପଣାମାନଙ୍କ ବିଚାରକର୍ତ୍ତାମାନଙ୍କ କଥା ଶୁଣିଲେ ନାହିଁ, ମାତ୍ର ଅନ୍ୟ ଦେବତାଗଣର ଅନୁଗମନ କରି ବ୍ୟଭିଚାର କଲେ ଓ ସେମାନଙ୍କୁ ପ୍ରଣାମ କଲେ; ସେମାନଙ୍କର ପିତୃଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ଯେଉଁ ପଥରେ ଗମନ କଲେ, ସେମାନେ ତଦନୁସାରେ ନ କରି ସେହି ପଥରୁ ଶୀଘ୍ର ବିମୁଖ ହେଲେ।


ପୁଣି ଯେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ସେହି ସଦାପ୍ରଭୁ ଆପଣାମାନଙ୍କ ପୈତୃକ ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ଅନ୍ୟ ଦେବତାଗଣର, ଅର୍ଥାତ୍‍, ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକମାନଙ୍କ ଦେବତାଗଣର ଅନୁଗାମୀ ହୋଇ ସେମାନଙ୍କୁ ପ୍ରଣାମ କଲେ; ଏରୂପେ ସେମାନେ ସଦାପ୍ରଭୁଙ୍କୁ ବିରକ୍ତ କଲେ।


ଅଶୂରର ରାଜା ପୂଲ୍‍ ଦେଶର ବିରୁଦ୍ଧରେ ଆସନ୍ତେ, ମନହେମ୍‍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍‍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳନ୍ତ ରୂପା ଦେଲେ।


ପୁଣି, ଏମାନେ ଆପଣାମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଯଥା, ଏଫର, ଈଶୀ, ଇଲୀୟେଲ୍‍, ଅସ୍ରୀୟେଲ, ଯିରିମୀୟ, ହୋଦବୀୟ ଓ ଯହଦୀୟେଲ୍‍, ଏସମସ୍ତେ ମହାବିକ୍ରମଶାଳୀ, ବିଖ୍ୟାତ ଓ ଆପଣା ଆପଣା ପିତୃବଂଶର ପ୍ରଧାନ ଥିଲେ।


ଏହି ପ୍ରକାରେ ସମଗ୍ର ଇସ୍ରାଏଲ ବଂଶାବଳୀ କ୍ରମେ ଲିଖିତ ହେଲେ; ଦେଖ, ତାହା ଇସ୍ରାଏଲ ରାଜାମାନଙ୍କ ପୁସ୍ତକରେ ଲିଖିତ ଅଛି; ଏଥିଉତ୍ତାରେ ଯିହୁଦା ଆପଣାମାନଙ୍କ ଅବିଶ୍ଵସ୍ତତା ସକାଶୁ ବନ୍ଦୀ ହୋଇ ବାବିଲକୁ ନୀତ ହେଲେ।


Swiv nou:

Piblisite


Piblisite