Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 6:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି, ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ବୁରୂପ ଆବାସ ସମ୍ମୁଖରେ ଗାନ ଦ୍ୱାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ୱ ସ୍ୱ ପଦରେ ସେବା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ପୁଣି ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ଵୁରୂପ ଆବାସ ସମ୍ମୁଖରେ ଗାନ ଦ୍ଵାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ଵ ସ୍ଵ ପଦରେ ସେବା କଲେ।

Gade chapit la Kopi

ଓଡିଆ ବାଇବେଲ

32 ପୁଣି, ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ବୁରୂପ ଆବାସ ସମ୍ମୁଖରେ ଗାନ ଦ୍ୱାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ୱ ସ୍ୱ ପଦରେ ସେବା କଲେ।

Gade chapit la Kopi

ପବିତ୍ର ବାଇବଲ

32 ଏହି ବ୍ୟକ୍ତିମାନେ ପବିତ୍ର ତମ୍ବୁ ମଧ୍ୟରେ ସଙ୍ଗୀତ ଗାନ କରି ସେବାକାର୍ଯ୍ୟ କଲେ। ଏହି ପବିତ୍ର ତମ୍ବୁକୁ ସମାଗମ-ତମ୍ବୁ ବୋଲି ମଧ୍ୟ କୁହା ଯାଉଥିଲା। ଶଲୋମନ ଯିରୁଶାଲମରେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବା ପର୍ଯ୍ୟନ୍ତ ଏହି ବ୍ୟକ୍ତିମାନେ ସେବାକାର୍ଯ୍ୟ କଲେ। ସେମାନଙ୍କ କାର୍ଯ୍ୟ ନିମନ୍ତେ ସେମାନଙ୍କୁ ଦିଆଯାଇଥିବା ନିୟମାବଳୀକୁ ସୂଗ୍ଭରୁରୂପେ ପାଳନ କରି ସେମାନେ ସେବାକାର୍ଯ୍ୟ କଲେ।

Gade chapit la Kopi




1 ବଂଶାବଳୀ 6:32
20 Referans Kwoze  

ପୁଣି, ସେମାନେ ମୋଶା-ପୁସ୍ତକର ଲିଖନାନୁସାରେ ଯିରୂଶାଲମରେ ପରମେଶ୍ୱରଙ୍କ ସେବାର୍ଥେ ଯାଜକମାନଙ୍କୁ ସେମାନଙ୍କ ବିଭାଗାନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ପାଳି ଅନୁସାରେ ନିଯୁକ୍ତ କଲେ।


ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନ୍‍‍ର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ୱାରରେ ଦ୍ୱାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ।


ଆଉ, ହିଜକୀୟ ଯାଜକମାନଙ୍କର ଓ ଲେବୀୟମାନଙ୍କର ପାଳିକ୍ରମେ ପାଳି ନିରୂପଣ କଲେ, ହୋମାର୍ଥକ ଓ ମଙ୍ଗଳାର୍ଥକ ବଳିଦାନ, ପରିଚର୍ଯ୍ୟା ଓ ସଦାପ୍ରଭୁଙ୍କ ଛାଉଣିର ଦ୍ୱାରସମୂହରେ ଧନ୍ୟବାଦ ଓ ପ୍ରଶଂସା କରିବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପ୍ରତି ଜଣକୁ ତାହାର ସେବାନୁସାରେ ନିଯୁକ୍ତ କଲେ।


ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା।


ଆଉ ଯୋହାନନ୍‍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକ କର୍ମ କଲା।


(ନିୟମ)ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।


ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;


ଆଉ, ଭିତର ଦ୍ୱାରର ବାହାରେ ଭିତର ପ୍ରାଙ୍ଗଣରେ ଗାୟକମାନଙ୍କ ପାଇଁ କୋଠରି ଥିଲା, ସେହି ସବୁ ଉତ୍ତର ଦ୍ୱାରର ପାର୍ଶ୍ୱସ୍ଥିତ ଓ ସେହି ସବୁର ମୁଖ ଦକ୍ଷିଣ ପ୍ରତି ଥିଲା; ପୂର୍ବ-ଦ୍ୱାରର ପାର୍ଶ୍ୱସ୍ଥିତ ଗୋଟିଏ କୋଠରିର ମୁଖ ଉତ୍ତର ପ୍ରତି ଥିଲା।


Swiv nou:

Piblisite


Piblisite