Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 7:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆହୁରି ମନଃଶି-ସନ୍ତାନଗଣର ସୀମା ପାର୍ଶ୍ୱସ୍ଥ ବେଥ୍-ଶାନ୍‍ ଓ ତହିଁର ଉପନଗରସବୁ, ତାନକ୍‍ ଓ ତହିଁର ଉପନଗରସବୁ, ମଗିଦ୍ଦୋ ଓ ତହିଁର ଉପନଗରସବୁ, ଦୋର ଓ ତହିଁର ଉପନଗରସବୁ ଥିଲା। ଏହି ସକଳ ସ୍ଥାନରେ ଇସ୍ରାଏଲର ପୁତ୍ର ଯୋଷେଫର ସନ୍ତାନମାନେ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଆହୁରି ମନଃଶି-ସନ୍ତାନଗଣର ସୀମାପାର୍ଶ୍ଵସ୍ଥ ବୈଥ୍ଶାନ୍ ଓ ତହିଁର ଉପନଗରସବୁ, ତାନକ୍ ଓ ତହିଁର ଉପନଗରସବୁ, ମଗିଦ୍ଦୋ ଓ ତହିଁର ଉପନଗରସବୁ ଥିଲା। ଏହି ସକଳ ସ୍ଥାନରେ ଇସ୍ରାଏଲର ପୁତ୍ର ଯୋଷେଫର ସନ୍ତାନମାନେ ବାସ କଲେ।

Gade chapit la Kopi

ଓଡିଆ ବାଇବେଲ

29 ଆହୁରି ମନଃଶି-ସନ୍ତାନଗଣର ସୀମାପାର୍ଶ୍ୱସ୍ଥ ବେଥ୍-ଶାନ୍‍ ଓ ତହିଁର ଉପନଗରସବୁ, ତାନକ୍‍ ଓ ତହିଁର ଉପନଗରସବୁ, ମଗିଦ୍ଦୋ ଓ ତହିଁର ଉପନଗରସବୁ, ଦୋର ଓ ତହିଁର ଉପନଗରସବୁ ଥିଲା। ଏହି ସକଳ ସ୍ଥାନରେ ଇସ୍ରାଏଲର ପୁତ୍ର ଯୋଷେଫର ସନ୍ତାନମାନେ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ

29 ମନଃଶିଙ୍କ ଦେଶର ସୀମାବର୍ତ୍ତୀ ସହରଗୁଡ଼ିକ ଥିଲା, ବୈଥ୍‌ଶାନ, ତାନକ, ମଗିଦ୍ଦୋ ଓ ଦୋର ଏବଂ ତାହାର ନିକଟବର୍ତ୍ତୀ ଗ୍ରାମ ଗୁଡ଼ିକରେ ଯୋଷେଫଙ୍କ ବଂଶଧରମାନେ ବାସ କରୁଥିଲେ। ଯୋଷେଫ ଇସ୍ରାଏଲଙ୍କ ପୁତ୍ର ଥିଲେ।

Gade chapit la Kopi




1 ବଂଶାବଳୀ 7:29
12 Referans Kwoze  

ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ଏକ ସ୍ଥାନରେ ଏକତ୍ର କଲେ।


ସେଦିନ ମଗିଦ୍ଦୋନ୍‍ ଉପତ୍ୟକାରେ ହଦଦ୍‍ ରିମ୍ମୋଣର ଶୋକ ତୁଲ୍ୟ ଯିରୂଶାଲମରେ ମହାଶୋକ ହେବ।


ତଥାପି ଯୋଶୀୟ ତାହାଠାରୁ ବିମୁଖ ହେବାକୁ ସମ୍ମତ ନୋହିଲେ, ମାତ୍ର ତାହା ସଙ୍ଗେ ଯୁଦ୍ଧ କରିବା ପାଇଁ ଛଦ୍ମବେଶ ଧାରଣ କଲେ, ଆଉ ପରମେଶ୍ୱରଙ୍କ ମୁଖନିର୍ଗତ ନଖୋର ବାକ୍ୟରେ ମନୋଯୋଗ ନ କରି ମଗିଦ୍ଦୋ ଉପତ୍ୟକାରେ ଯୁଦ୍ଧ କରିବା ପାଇଁ ଉପସ୍ଥିତ ହେଲେ।


ତାଙ୍କ ସମୟରେ ମିସରୀୟ ରାଜା ଫାରୋ-ନଖୋ ଅଶୂରୀୟ ରାଜାର ବିରୁଦ୍ଧରେ ଫରାତ୍‍ ନଦୀ ଆଡ଼କୁ ଯାତ୍ରା କଲା; ଆଉ ଯୋଶୀୟ ରାଜା ତାହା ବିରୁଦ୍ଧରେ ଯାତ୍ରା କଲେ ତହିଁରେ ଫାରୋ-ନଖୋ ତାଙ୍କୁ ଦେଖି ମଗିଦ୍ଦୋ ନିକଟରେ ତାଙ୍କୁ ବଧ କଲା।


ମାତ୍ର ଯିହୁଦାର ରାଜା ଅହସୀୟ ଏହା ଦେଖି ଉଦ୍ୟାନ ଗୃହର ପଥ ଦେଇ ପଳାଇଲେ। ତହିଁରେ ଯେହୂ ତାଙ୍କର ପଛେ ପଛେ ଯାଇ କହିଲେ, “ତାହାକୁ ମଧ୍ୟ ରଥରେ ଆଘାତ କର।” ତହୁଁ ସେମାନେ ଯିବ୍ଲିୟିମ ନିକଟସ୍ଥ ଗୂର୍‍ ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ। ଆଉ ସେ ମଗିଦ୍ଦୋକୁ ପଳାଇ ସେଠାରେ ମଲେ।


ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ।


ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନରେ ଅହୀଲୂଦର ପୁତ୍ର ବାନା।


ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍‍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।


ରାଜାମାନେ ଆସି ଯୁଦ୍ଧ କଲେ; ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକ୍‍‍ରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ।


Swiv nou:

Piblisite


Piblisite