Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 9:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଓ ଯିଦୂଥୂନ୍‍‍ର ପ୍ରପୌତ୍ର ଗାଲଲ୍‍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍‍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଓ ଯିଦୂଥୂନ୍ର ପ୍ରପୌତ୍ର ଗାଲଲ୍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍‍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ।

Gade chapit la Kopi

ଓଡିଆ ବାଇବେଲ

16 ଓ ଯିଦୂଥୂନର ପ୍ରପୌତ୍ର ଗାଲଲ୍‍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍‍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ।

Gade chapit la Kopi

ପବିତ୍ର ବାଇବଲ

16 ଓବଦିୟ ଶମୟିୟଙ୍କ ପୁତ୍ର ଥିଲେ। ଶମୟିୟ ଗାଲ‌ଲଙ୍କ ପୁତ୍ର ଥିଲେ। ଗାଲଲ୍‌ ଯିଦୂଥ‌ନଙ୍କ ପୁତ୍ର ଥିଲେ। ବେରିଖିୟ ଆସାଙ୍କ ପୁତ୍ର ଥିଲେ। ଆସା ଇ‌ଲ୍‌କାନାଙ୍କ ପୁତ୍ର ଥିଲେ। ସେ ନଟୋଫାରେ ଲୋକମାନଙ୍କ ସହରରେ ବାସ କରୁଥିଲେ।

Gade chapit la Kopi




1 ବଂଶାବଳୀ 9:16
11 Referans Kwoze  

ଆଉ, ଆସଫର ବଂଶଜାତ ସବ୍‍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍‍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ୍-ବଂଶଜାତ ଗାଲଲ୍‍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍‍ଦ।


ବେଥଲିହିମ ଓ ନଟୋଫାର ଲୋକ ଏକ ଶହ ଅଠାଅଶୀ ଜଣ।


ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନ୍‍‍ର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ୱାରରେ ଦ୍ୱାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ।


ଏସମସ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ୱାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍‍ ଓ ହେମନ ରାଜାଜ୍ଞାଧୀନ ଥିଲେ।


ଯିଦୂଥୂନ୍‍‍ର କଥା; ଯିଦୂଥୂନ୍‍‍ର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନ୍‍‍ର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ଆହୁରି ଆସଫର ଓ ହେମନର ଓ ଯିଦୂଥୂନ୍‍‍ର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍‍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।


ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ।


ସଲ୍ମାର ସନ୍ତାନଗଣ; ଯଥା, ବେଥଲିହିମ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍‍-ଯୋୟାବ ଓ ମାନହତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ।


ଆଉ ବକ୍‍ବକର, ହେରଶ୍‍, ଗାଲଲ୍‍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀକାର ପୁତ୍ର ମତ୍ତନୀୟ


ଆଉ ଦ୍ୱାରପାଳ, ଶଲ୍ଲୁମ୍‍, ଅକ୍କୂବ, ଟଲ୍‍ମୋନ, ଅହୀମାନ୍‍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍‍ ପ୍ରଧାନ ଥିଲା।


Swiv nou:

Piblisite


Piblisite