Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 9:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ ଦ୍ୱାରପାଳ, ଶଲ୍ଲୁମ୍‍, ଅକ୍କୂବ, ଟଲ୍‍ମୋନ, ଅହୀମାନ୍‍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍‍ ପ୍ରଧାନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ ଦ୍ଵାରପାଳ, ଶଲ୍ଲୁମ୍ ଓ ଅକ୍କୂବ୍ ଓ ଟଲ୍ମୋନ୍ ଓ ଅହୀମାନ୍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍ ପ୍ରଧାନ ଥିଲା।

Gade chapit la Kopi

ଓଡିଆ ବାଇବେଲ

17 ଆଉ ଦ୍ୱାରପାଳ, ଶଲ୍ଲୁମ୍‍, ଅକ୍‍କୂବ, ଟଲ୍‍ମୋନ, ଅହୀମାନ୍‍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍‍ ପ୍ରଧାନ ଥିଲା।

Gade chapit la Kopi

ପବିତ୍ର ବାଇବଲ

17 ଯିରୁଶାଲମରେ ଏହି ଦ୍ୱାରପାଳମାନେ ବାସ କରୁଥିଲେ: ଶଲ୍ଲୁମ, ଅ‌କ୍‌କୂବ୍, ଟଲମୋନ୍, ଅହୀମାନ ଓ ସେମାନଙ୍କର ଆତ୍ମୀୟବର୍ଗ। ଶଲ୍ଲୁମ୍ ସେମାନଙ୍କର ମୁଖ୍ୟ ଥିଲେ।

Gade chapit la Kopi




1 ବଂଶାବଳୀ 9:17
8 Referans Kwoze  

ଆହୁରି, ଦ୍ୱାରପାଳ ଅକ୍କୂବ, ଟଲ୍‍ମୋନ ଓ ନଗର-ଦ୍ୱାର ସମୂହରେ ପ୍ରହରୀକର୍ମକାରୀ ସେମାନଙ୍କ ଭ୍ରାତୃଗଣ ଏକ ଶହ ବାସ୍ତରି ଜଣ ଥିଲେ।


ଆଉ ଚାରି ହଜାର ଲୋକ ଦ୍ୱାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ୱାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ।


ତହୁଁ ସେମାନେ ଆସି ନଗରର ଦ୍ୱାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକୁ ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶବ୍ଦ ନାହିଁ, ମାତ୍ର ଅଶ୍ୱ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ବୁସବୁ ଯେପରି ଥିଲା, ସେପରି ଅଛି।”


ଓ ଯିଦୂଥୂନ୍‍‍ର ପ୍ରପୌତ୍ର ଗାଲଲ୍‍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍‍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ।


ଏମାନେ ଏପର୍ଯ୍ୟନ୍ତ ପୂର୍ବଦିଗସ୍ଥିତ ରାଜଦ୍ୱାରରେ ରହିଲେ; ଏମାନେ ଲେବୀ-ସନ୍ତାନମାନଙ୍କ ଛାଉଣିର ଦ୍ୱାରପାଳ।


ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।


ଦ୍ୱାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମ୍‍ର ସନ୍ତାନ, ଆଟେରର ସନ୍ତାନ, ଟଲ୍‍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ।


Swiv nou:

Piblisite


Piblisite