Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 9:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ପୁଣି ଲେବୀୟମାନଙ୍କ ପିତୃବଂଶପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା।

Gade chapit la Kopi

ଓଡିଆ ବାଇବେଲ

33 ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା।

Gade chapit la Kopi

ପବିତ୍ର ବାଇବଲ

33 ସେହି ଲେବୀୟ ଗାୟକଗଣ ସେମାନଙ୍କର ପରିବାରର ମୁଖ୍ୟ ଥିଲେ ଏବଂ ସେମାନେ ମନ୍ଦିର ମଧ୍ୟରେ ଥିବା କୋଠରୀଗୁଡ଼ିକରେ ରହୁଥିଲେ। ସେମାନେ ଅନ୍ୟ କାର୍ଯ୍ୟରୁ ମୁକ୍ତ ଥିଲେ। କାରଣ ଦିନରାତି ମନ୍ଦିରର କାର୍ଯ୍ୟ କରିବା ଦାୟିତ୍ୱ ସେମାନଙ୍କ ଉପରେ ଥିଲା।

Gade chapit la Kopi




1 ବଂଶାବଳୀ 9:33
12 Referans Kwoze  

ଆଉ, ଆସଫର ବଂଶଜାତ ସବ୍‍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍‍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ୍-ବଂଶଜାତ ଗାଲଲ୍‍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍‍ଦ।


ଆହୁରି, ଯାଜକମାନଙ୍କର ଓ ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ୱାରପାଳମାନଙ୍କର, ନଥୀନୀୟମାନଙ୍କର ଓ ପରମେଶ୍ୱରଙ୍କ ଏହି ଗୃହର ସେବକମାନଙ୍କର କାହାରି ଉପରେ କର, ରାଜସ୍ୱ ବା ମାଶୁଲ ବସାଇବା ବ୍ୟବସ୍ଥା ବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ।


ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ଲେବୀୟମାନଙ୍କର ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।


କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।


“ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରିକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ।”


Swiv nou:

Piblisite


Piblisite