Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ବରଙ୍କ ଶକ୍ତି ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ଵରଙ୍କ ଶକ୍ତି ଅଟେ।

Gade chapit la Kopi

ଓଡିଆ ବାଇବେଲ

18 କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ୱରଙ୍କ ଶକ୍ତି ଅଟେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ବିନଷ୍ଟ ହେବାକୁ ଯାଉଥିବା ଲୋକମାନଙ୍କ ପାଇଁ କ୍ରୁଶର ବାର୍ତ୍ତା ନିର୍ବୋଧତା। କିନ୍ତୁ ଆମ୍ଭମାନଙ୍କ ପରି ପରିତ୍ରାଣପ୍ରାପ୍ତ ହେଉଥିବା ଲୋକମାନଙ୍କ ପାଇଁ ଏହା ହେଉଛି ଈଶ୍ୱରଙ୍କ ଶକ୍ତି।

Gade chapit la Kopi

ପବିତ୍ର ବାଇବଲ

18 ଯେଉଁମାନେ ନଷ୍ଟ ହୋଇ ଯାଇଛନ୍ତି, ସେମାନଙ୍କ ଲାଗି କ୍ରୁଶର ବାର୍ତ୍ତା ସମ୍ପୂର୍ଣ୍ଣ ମୂର୍ଖତା ଅଟେ। କିନ୍ତୁ ଆମ୍ଭେ ଯେଉଁମାନେ ଉଦ୍ଧାର ପାଇଛୁ, ଆମ୍ଭ ପ୍ରତି ଏହା ପରମେଶ୍ୱରଙ୍କ ଶକ୍ତି ସ୍ୱରୂପ।

Gade chapit la Kopi




୧ କରିନ୍ଥୀୟ 1:18
21 Referans Kwoze  

କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ବରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହିସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହିସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ।


କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।


କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟର ପ୍ରେମକୁ ତୁଚ୍ଛ ମନେ କଲେ।


କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ;


କାରଣ ଈଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ବରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ବର ସନ୍ତୁଷ୍ଟ ହେଲେ।


କାରଣ ଏହି ଜଗତର ଜ୍ଞାନ ଈଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,”


ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।


କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍‍ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି।


“‘ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ।’”


କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।


(ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍‍ କରିବା ନିମନ୍ତେ ଈଶ୍ବରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ);


ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ।


ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।


ସେଥିରେ ଏପିକୂୂରୀୟ ଓ ସ୍ତୋୟିକ ଦର୍ଶନଶାସ୍ତ୍ରର କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।


ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।


ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ।


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।


Swiv nou:

Piblisite


Piblisite