Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 1:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଯେଣୁ ଏହା ଲେଖାଅଛି, “ଆମ୍ଭେ ଜ୍ଞାନୀମାନଙ୍କର ଜ୍ଞାନ ନଷ୍ଟ କରିବା, ଆଉ ବୁଦ୍ଧିମାନମାନଙ୍କର ବୁଦ୍ଧି ଅଗ୍ରାହ୍ୟ କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଯେଣୁ ଏହା ଲେଖା ଅଛି, “ଆମ୍ଭେ ଜ୍ଞାନୀମାନଙ୍କର ଜ୍ଞାନ ନଷ୍ଟ କରିବା, ଆଉ ବୁଦ୍ଧିମାନମାନଙ୍କର ବୁଦ୍ଧି ଅଗ୍ରାହ୍ୟ କରିବା।”

Gade chapit la Kopi

ଓଡିଆ ବାଇବେଲ

19 ଯେଣୁ ଏହା ଲେଖା ଅଛି, "ଆମ୍ଭେ ଜ୍ଞାନୀମାନଙ୍କର ଜ୍ଞାନ ନଷ୍ଟ କରିବା, ଆଉ ବୁଦ୍ଧିମାନମାନଙ୍କର ବୁଦ୍ଧି ଅଗ୍ରାହ୍ୟ କରିବା "।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 କାରଣ ଧର୍ମଶାସ୍ତ୍ରରେ ଲେଖାଅଛି: “ମୁଁ ଜ୍ଞାନୀମାନଙ୍କର ଜ୍ଞାନ ବିନଷ୍ଟ କରିବି, ବିଦ୍ୱାନମାନଙ୍କ ବିଚକ୍ଷଣତା ବ୍ୟର୍ଥ କରିବି।”

Gade chapit la Kopi

ପବିତ୍ର ବାଇବଲ

19 ଶାସ୍ତ୍ରରେ ଲେଖା ଅଛି: “ମୁଁ ଜ୍ଞାନୀମାନଙ୍କର ଜ୍ଞାନକୁ ନଷ୍ଟ କରିଦେବି। ବୁଦ୍ଧିମାନ ଲୋକମାନଙ୍କର ବୁଦ୍ଧିକୁ ମୂଲ୍ୟହୀନ କରିବି।”

Gade chapit la Kopi




୧ କରିନ୍ଥୀୟ 1:19
9 Referans Kwoze  

ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍‍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟକର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।”


ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କି ପ୍ରକାର?


କାରଣ ଏହି ଜଗତର ଜ୍ଞାନ ଈଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,”


ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍‍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ?


ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।


ହେ ସର୍ବଦେଶୀୟମାନଙ୍କର ରାଜନ୍‍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ।


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହିସବୁ କଥା ମୋʼ ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ, ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ।


ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ।


Swiv nou:

Piblisite


Piblisite