Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 1:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଜ୍ଞାନୀ କାହିଁ? ଶାସ୍ତ୍ରୀ କାହିଁ? ଏହି ଯୁଗର ତାର୍କିକ କାହିଁ? ଈଶ୍ବର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଜ୍ଞାନୀ କାହିଁ? ଶାସ୍ତ୍ରୀ କାହିଁ? ଏହି ଯୁଗର ତାର୍କିକ କାହିଁ? ଈଶ୍ଵର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାନ୍ତି?

Gade chapit la Kopi

ଓଡିଆ ବାଇବେଲ

20 ଜ୍ଞାନୀ କାହିଁ ? ଶାସ୍ତ୍ରୀ କାହିଁ ? ଏହି ଯୁଗର ତାର୍କିକ କାହିଁ ? ଈଶ୍ୱର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାଁନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ତେଣୁ ଏ ଯୁଗର ଜ୍ଞାନୀ, ପଣ୍ଡିତ କିମ୍ବା ତାର୍କିକମାନଙ୍କର ସ୍ଥାନ କେଉଁଠାରେ? ଏହି ଜଗତର ଜ୍ଞାନକୁ ମୂର୍ଖତା ବୋଲି ଈଶ୍ୱର ପ୍ରକାଶ କରି ନାହାନ୍ତି କି?

Gade chapit la Kopi

ପବିତ୍ର ବାଇବଲ

20 ଜ୍ଞାନୀ ଲୋକ କେଉଁଠାରେ ଅଛନ୍ତି? ବିଦ୍ୱାନ୍ ଲୋକ କେଉଁଠାରେ ଅଛନ୍ତି? ବର୍ତ୍ତମାନ ଯୁଗର ଦାର୍ଶନିକ କେଉଁଠାରେ ଅଛନ୍ତି? ପରମେଶ୍ୱର ଜାଗତିକ ଜ୍ଞାନକୁ ମୂର୍ଖତା ବୋଲି ଦର୍ଶାଇଛନ୍ତି।

Gade chapit la Kopi




୧ କରିନ୍ଥୀୟ 1:20
28 Referans Kwoze  

ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ,


ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି।


କାରଣ ଏହି ଜଗତର ଜ୍ଞାନ ଈଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,”


ଯେଣୁ ଏହା ଲେଖାଅଛି, “ଆମ୍ଭେ ଜ୍ଞାନୀମାନଙ୍କର ଜ୍ଞାନ ନଷ୍ଟ କରିବା, ଆଉ ବୁଦ୍ଧିମାନମାନଙ୍କର ବୁଦ୍ଧି ଅଗ୍ରାହ୍ୟ କରିବା।”


ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;


ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।


ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,


ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?


ତୁମ୍ଭର ଚିତ୍ତ ଭୟ ବିଷୟ ଆନ୍ଦୋଳନ କରିବ; ସେ ଗଣନାକାରୀ କାହିଁ? ମୁଦ୍ରା ତୌଲକାରୀ କାହିଁ? ଦୁର୍ଗ ଗଣନାକାରୀ କାହିଁ?


ସେ ବିଶ୍ୱସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି ଓ ପ୍ରାଚୀନମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି।


ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।


ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ।” ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ।


ସେସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ୱରଙ୍କ ବାକ୍ୟ ଦ୍ୱାରା ଉତ୍ତର ପାଇବା ତୁଲ୍ୟ ଥିଲା; ଦାଉଦ ଓ ଅବଶାଲୋମ ଉଭୟଙ୍କ ପ୍ରତି ଅହୀଥୋଫଲର ସମସ୍ତ ମନ୍ତ୍ରଣା ଏହି ପ୍ରକାର ଥିଲା।


ଏଥିମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି।” ତହିଁରେ ଦାଉଦ କହିଲେ, “ହେ ସଦାପ୍ରଭୋ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।”


ହେ ସର୍ବଦେଶୀୟମାନଙ୍କର ରାଜନ୍‍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ।


ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।


ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ।


ସେଥିରେ ଏପିକୂୂରୀୟ ଓ ସ୍ତୋୟିକ ଦର୍ଶନଶାସ୍ତ୍ରର କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।


ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍‍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ବରତ୍ତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟ ରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ।


କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ୱାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାନ୍ତି;


କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ବରଙ୍କ ଛାମୁରେ ଗର୍ବ ନ କରେ,


ଏଥିପାଇଁ ଈଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖମାନଙ୍କୁ ମନୋନୀତ କଲେ, ପୁଣି, ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଈଶ୍ବର ଜଗତର ଦୁର୍ବଳମାନଙ୍କୁ ମନୋନୀତ କଲେ,


ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାନ୍ତି, କାରଣ ଯଦି ସେମାନେ ଈଶ୍ବରଙ୍କ ଜ୍ଞାନକୁ ଜାଣିଥାଆନ୍ତେ, ତେବେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;


କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇପାରେ, ଏଥିପାଇଁ ସେ ମୂର୍ଖ ହେଉ।


ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ?


ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥିନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ।


ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।


Swiv nou:

Piblisite


Piblisite