Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 1:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ବରଙ୍କ ଛାମୁରେ ଗର୍ବ ନ କରେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ଵରଙ୍କ ଛାମୁରେ ଗର୍ବ ନ କରେ,

Gade chapit la Kopi

ଓଡିଆ ବାଇବେଲ

27 କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ୱରଙ୍କ ଛାମୁରେ ଗର୍ବ ନ କରେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 କିନ୍ତୁ ଈଶ୍ୱର ଜ୍ଞାନୀମାନଙ୍କୁ ଲଜ୍ଜିତ କରିବା ପାଇଁ ଜଗତ ଦ୍ୱାରା ବିବେଚିତ ଦୁର୍ବଳମାନଙ୍କୁ ମନୋନୀତ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

27 କିନ୍ତୁ ପରମେଶ୍ୱର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖ ବିଷୟ ଗୁଡ଼ିକୁ ମନୋନୀତ କଲେ। ଜଗତର ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ଦୁର୍ବଳ ବିଷୟ ଗୁଡ଼ିକୁ ମନୋନୀତ କଲେ।

Gade chapit la Kopi




୧ କରିନ୍ଥୀୟ 1:27
27 Referans Kwoze  

ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?


ସେହି ସମୟରେ ଯୀଶୁ ଉତ୍ତର ଦେଲେ, “ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;


ଜ୍ଞାନୀ କାହିଁ? ଶାସ୍ତ୍ରୀ କାହିଁ? ଏହି ଯୁଗର ତାର୍କିକ କାହିଁ? ଈଶ୍ବର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାନ୍ତି?


ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।


ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍‍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟକର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।”


କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରିପାରିବେ ନାହିଁ।


ମାତ୍ର ମହାଶକ୍ତି ଯେ ଈଶ୍ବରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;


ପୁଣି, ତାହାଙ୍କୁ ପଚାରିଲେ, ଏମାନେ କଅଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ? ଯୀଶୁ ସେମାନଙ୍କୁ କହିଲେ, “ହଁ, ‘ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ,’ ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?”


ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ।


କାରଣ କେତେକେ କହନ୍ତି, ତାହାର ପତ୍ରସବୁ ଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀର ଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ।


ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।


ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।


ସେଥିରେ ଏପିକୂୂରୀୟ ଓ ସ୍ତୋୟିକ ଦର୍ଶନଶାସ୍ତ୍ରର କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।


ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ।


କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ୱରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାହାଙ୍କୁ ଈଶ୍ବର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ।


ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;


ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କି ପ୍ରକାର?


କାରଣ ଈଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ବରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ବର ସନ୍ତୁଷ୍ଟ ହେଲେ।


ଯେପରି ଈଶ୍ବରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ବରଙ୍କ ଆତ୍ମା ପାଇଅଛୁ।


ପୁଣି, ଗର୍ଦ୍ଦଭୀ ବିଲୀୟମ୍‍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି?” ତହୁଁ ସେ କହିଲା, “ନା।”


Swiv nou:

Piblisite


Piblisite