Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 1:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏଥିପାଇଁ ଈଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖମାନଙ୍କୁ ମନୋନୀତ କଲେ, ପୁଣି, ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଈଶ୍ବର ଜଗତର ଦୁର୍ବଳମାନଙ୍କୁ ମନୋନୀତ କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଏଥିପାଇଁ ଈଶ୍ଵର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖ ବିଷୟସବୁ ମନୋନୀତ କଲେ, ପୁଣି ବଳବାନ ବିଷୟସବୁକୁ ଲଜ୍ଜା ଦେବା ନିମନ୍ତେ ଈଶ୍ଵର ଜଗତର ଦୁର୍ବଳ ବିଷୟସବୁ ମନୋନୀତ କଲେ,

Gade chapit la Kopi

ଓଡିଆ ବାଇବେଲ

28 ଏଥିପାଇଁ ଈଶ୍ୱର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖ ବିଷୟସବୁ ମନୋନୀତ କଲେ, ପୁଣି, ବଳବାନ ବିଷୟସବୁକୁ ଲଜ୍ଜା ଦେବା ନିମନ୍ତେ ଈଶ୍ୱର ଜଗତର ଦୁର୍ବଳ ବିଷୟସବୁ ମନୋନୀତ କଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ଜଗତ ଦୃଷ୍ଟିରେ ଯାହା ସବୁ ଗୁରୁତ୍ୱପୂର୍ଣ୍ଣ, ସେଗୁଡ଼ିକୁ ବିଲୋପ କରିବା ପାଇଁ; ଜଗତର ହେୟ, ଉପେକ୍ଷିତ ଓ ନଗଣ୍ୟମାନଙ୍କୁ ସେ ପସନ୍ଦ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

28 ପରମେଶ୍ୱର ଜଗତ ଦୃଷ୍ଟିରେ ଗୁରୁତ୍ୱପୂର୍ଣ୍ଣ ବିଷୟ ଗୁଡ଼ିକୁ ମନୋନୀତ ନ କରି ନୀଚ୍ଚ ଓ ଘୃଣ୍ୟ ବିଷୟ ଗୁଡ଼ିକ ମନୋନୀତ କଲେ। କାରଣ ପରମେଶ୍ୱର ଜଗତ ଦୃଷ୍ଟିରେ ଗୁରୁତ୍ୱପୂର୍ଣ୍ଣ ବିଷୟ ଗୁଡ଼ିକ ବିନାଶ କରିବାକୁ ଗ୍ଭହିଁଲେ।

Gade chapit la Kopi




୧ କରିନ୍ଥୀୟ 1:28
19 Referans Kwoze  

ସେ ଅନୁଦ୍ଦେଶ୍ୟ ଉପାୟରେ ପରାକ୍ରାନ୍ତ ଲୋକମାନଙ୍କୁ ଖଣ୍ଡ ଖଣ୍ଡ କରନ୍ତି ଓ ସେମାନଙ୍କ ସ୍ଥାନରେ ଅନ୍ୟମାନଙ୍କୁ ସ୍ଥାପନ କରନ୍ତି।


ଯେଉଁ ଈଶ୍ବରଙ୍କୁ ସେ ବିଶ୍ୱାସ କଲେ, ଯେ ମୃତମାନଙ୍କୁ ଜୀବିତ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ବରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖାଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ।


ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।


ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ୱେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନା ହେବେ।


ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।


କାରଣ ଏକ ଘଡ଼ି ମଧ୍ୟରେ ସେହି ମହାସମ୍ପତ୍ତି ଧ୍ୱଂସ ହୋଇଗଲା।’” ଆଉ ପ୍ରତ୍ୟେକ ଜାହାଜ ଅଧ୍ୟକ୍ଷ ଓ ଜଳପଥରେ ଗତାୟତକାରୀ ପ୍ରତ୍ୟେକ ଲୋକ ପୁଣି, ନାବିକ ଓ ସମୁଦ୍ର ବ୍ୟବସାୟୀ ସମସ୍ତେ ଦୂରରେ ଠିଆ ହୋଇ,


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।


ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।


ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,


ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।


ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋହର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ୍ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ।


ଜ୍ଞାନୀ କାହିଁ? ଶାସ୍ତ୍ରୀ କାହିଁ? ଏହି ଯୁଗର ତାର୍କିକ କାହିଁ? ଈଶ୍ବର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାନ୍ତି?


ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ।


ଅତଏବ, ସନ୍ତାନମାନେ ରକ୍ତ-ମାଂସର ସହଭାଗୀ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍‍, ଶୟତାନକୁ ବିନାଶ କରିପାରନ୍ତି;


Swiv nou:

Piblisite


Piblisite