Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 10:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତେବେ ଦେବପ୍ରସାଦ ବୋଲି ଯେ କିଛି ଅଛି ବା ପ୍ରତିମା ବୋଲି ଯେ କିଛି ଅଛି, ଏହା କି ମୁଁ କହୁଅଛି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତେବେ ଦେବପ୍ରସାଦ ବୋଲି ଯେ କିଛି ଅଛି ବା ପ୍ରତିମା ବୋଲି ଯେ କିଛି ଅଛି, ଏହା କି ମୁଁ କହୁଅଛି?

Gade chapit la Kopi

ଓଡିଆ ବାଇବେଲ

19 ତେବେ ଦେବପ୍ରସାଦ ବୋଲି ଯେ କିଛି ଅଛି ବା ପ୍ରତିମା ବୋଲି ଯେ କିଛି ଅଛି, ଏହା କି ମୁଁ କହୁଅଛି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ତେବେ ମୁଁ କ’ଣ କହୁଛି ଯେ, ପ୍ରତିମା ଓ ତା’ ଉଦ୍ଦେଶ୍ୟରେ ଉତ୍ସର୍ଗିତ ବଳିର କିଛି ମୂଲ୍ୟ ଅଛି?

Gade chapit la Kopi

ପବିତ୍ର ବାଇବଲ

19 ମୁଁ କହୁ ନାହିଁ ଯେ ମୂର୍ତ୍ତି ବା ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଖାଦ୍ୟର ଗୁରୁତ୍ୱ ଅଛି। ଏବଂ ମୁଁ ଏହା ମଧ୍ୟ କହୁ ନାହିଁ ମୂର୍ତ୍ତିଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ।

Gade chapit la Kopi




୧ କରିନ୍ଥୀୟ 10:19
10 Referans Kwoze  

ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ବର ବିନା ଦ୍ୱିତୀୟ ନାହିଁ।


ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।


ଅତଏବ, ଯେ ରୋପଣ କରେ କିମ୍ବା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ବର, ସେ ସାର।


ଏଥିପାଇଁ ଈଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖମାନଙ୍କୁ ମନୋନୀତ କଲେ, ପୁଣି, ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଈଶ୍ବର ଜଗତର ଦୁର୍ବଳମାନଙ୍କୁ ମନୋନୀତ କଲେ,


ଦେଖ, ସେସମସ୍ତେ, ସେମାନଙ୍କର କର୍ମସବୁ ଅସାର ଓ ଅବସ୍ତୁ ମାତ୍ର; ସେମାନଙ୍କର ଛାଞ୍ଚରେ ଢଳା ପ୍ରତିମାଗଣ ବାୟୁ ଓ ଶୂନ୍ୟ ମାତ୍ର।


ସର୍ବଦେଶୀୟମାନେ ତାହାଙ୍କ ଛାମୁରେ ଅବସ୍ତୁ ମାତ୍ର; ସେମାନେ ତାହାଙ୍କ ନିକଟରେ ଅବସ୍ତୁରୁ ଲଘୁ ଓ ଅସାର ଗଣ୍ୟ ଅଟନ୍ତି।


ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।


ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋହର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ୍ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ।


ଆଉ ହାତ ତିଆରି ଦେବତାମାନେ ଈଶ୍ବର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଏସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।


ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମାପୂଜାରୁ ପଳାୟନ କର।


Swiv nou:

Piblisite


Piblisite