Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 10:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୁଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହିସବୁ ସେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି। ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ସେମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହିସବୁ ସେମାନେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି। ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ।

Gade chapit la Kopi

ଓଡିଆ ବାଇବେଲ

20 ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୂଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହି ସବୁ ସେମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି । ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ନା, କଦାପି ନୁହେଁ। ମୋର କହିବାର ଅର୍ଥ ହେଉଛି ଯେ, ପ୍ରତିମାପୂଜକମାନେ ଉତ୍ସର୍ଗ କରିଥିବା ବଳି ଈଶ୍ୱରଙ୍କ ଉଦ୍ଦେଶ୍ୟରେ ନୁହେଁ, ତାହା ଶୟତାନ ଉଦ୍ଦେଶ୍ୟରେ ଅର୍ପିତ। ଶୟତାନ ସହିତ ତୁମ୍ଭମାନଙ୍କର କୌଣସି ସମ୍ପର୍କ ରହୁ ବୋଲି ମୁଁ ଚାହେଁ ନାହିଁ।

Gade chapit la Kopi

ପବିତ୍ର ବାଇବଲ

20 କିନ୍ତୁ ମୋ’ କହିବା କଥା ଯେ, ତୁମ୍ଭେମାନେ ଭୂତମାନଙ୍କ ସହିତ କୌଣସି କାର୍ଯ୍ୟରେ ଅଂଶ ଗ୍ରହଣ ନ କର। କିନ୍ତୁ ମୁଁ କୁହେ ଯାହା ମୂର୍ତ୍ତିଗୁଡ଼ିକୁ ବଳି ରୂପେ ଉତ୍ସର୍ଗ କରାଯାଇଥାଏ ତାହା ଶୟତାନକୁ ଉତ୍ସର୍ଗ କରାଯାଇଥାଏ, ପରମେଶ୍ୱରଙ୍କରୁ ନୁହେଁ। ଏବଂ ମୁଁ ଗ୍ଭହେଁ ତୁମ୍ଭେମାନେ ଶୟତାନ ସହିତ ଅଂଶୀଦାର ହୁଅ ନାହିଁ।

Gade chapit la Kopi




୧ କରିନ୍ଥୀୟ 10:20
10 Referans Kwoze  

ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍‍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,


ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।


ପୁଣି, ସେ ଉଚ୍ଚସ୍ଥଳୀସକଳର ଓ ଛାଗ ଦେବତାମାନଙ୍କର ଓ ସ୍ୱର୍ଣ୍ଣନିର୍ମିତ ଗୋବତ୍ସସକଳର ନିମନ୍ତେ ଆପଣାର ଯାଜକ ନିଯୁକ୍ତ କଲେ।


ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।


ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା।


ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ବରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ବର ନୁହଁନ୍ତି, ସେମାନଙ୍କର ଦାସ ଥିଲ;


କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ବୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।


ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋହର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।


Swiv nou:

Piblisite


Piblisite