Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 10:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖାଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖା ଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ”।

Gade chapit la Kopi

ଓଡିଆ ବାଇବେଲ

7 ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖା ଅଛି, "ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ" ।

Gade chapit la Kopi

ପବିତ୍ର ବାଇବଲ

7 ସେମାନଙ୍କ ଭିତରେ କେତେକଙ୍କ ଭଳି ମୂର୍ତ୍ତିପୂଜା କର ନାହିଁ। ଶାସ୍ତ୍ର କୁହେ: “ଲୋକେ ଖାଇବା ଓ ପିଇବା ପାଇଁ ବସିଲେ ଓ ନାଚିବା ପାଇଁ ଉଠିଲେ।”

Gade chapit la Kopi




୧ କରିନ୍ଥୀୟ 10:7
14 Referans Kwoze  

ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ


ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମାପୂଜାରୁ ପଳାୟନ କର।


ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”


କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରି ଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ।


ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। ଆମେନ୍।


ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ।


ଏଥିଉତ୍ତାରେ ଲୋକମାନେ ଉଚ୍ଚ ରବ କରନ୍ତେ, ଯିହୋଶୂୟ ଲୋକମାନଙ୍କର କୋଳାହଳ ଶୁଣି ମୋଶାଙ୍କୁ କହିଲେ, “ଛାଉଣିରେ ଯୁଦ୍ଧ ଶବ୍ଦ ହେଉଅଛି।”


ସେ ସେମାନଙ୍କ ହସ୍ତରୁ ତାହା ନେଇ ଶିଳ୍ପାସ୍ତ୍ରରେ ଛାଞ୍ଚ ପ୍ରସ୍ତୁତ କରି ଏକ ଢଳା ବାଛୁରି ନିର୍ମାଣ କଲେ; ତହୁଁ ଲୋକମାନେ କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”


ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ।


କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ଯୌନକ୍ରିୟା, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।


Swiv nou:

Piblisite


Piblisite