Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 11:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିନ୍ତୁ କେହି ବିବାଦ କରିବାକୁ ଇଚ୍ଛା କଲେ ସେ ଜାଣୁ ଯେ, ଆମ୍ଭମାନଙ୍କର ଏପ୍ରକାର ରୀତି ନାହିଁ, କିମ୍ବା ଈଶ୍ବରଙ୍କ ମଣ୍ଡଳୀ-ସମୂହର ମଧ୍ୟ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିନ୍ତୁ କେହି ବିବାଦ କରିବାକୁ ଇଚ୍ଛା କଲେ ସେ ଜାଣୁ ଯେ, ଆମ୍ଭମାନଙ୍କର ଏପ୍ରକାର ରୀତି ନାହିଁ, କିମ୍ଵା ଈଶ୍ଵରଙ୍କ ମଣ୍ତଳୀସମୂହର ନାହିଁ।

Gade chapit la Kopi

ଓଡିଆ ବାଇବେଲ

16 କିନ୍ତୁ କେହି ବିବାଦ କରିବାକୁ ଇଚ୍ଛା କଲେ ସେ ଜାଣୁ ଯେ, ଆମ୍ଭମାନଙ୍କର ଏପ୍ରକାର ରୀତି ନାହିଁ, କିମ୍ବା ଈଶ୍ୱରଙ୍କ ମଣ୍ଡଳୀସମୂହର ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଯଦି ଏହି ବିଷୟରେ କେହି ଯୁକ୍ତିତର୍କ କରିବାକୁ ଇଚ୍ଛା କରେ, ତେବେ ତାକୁ ମୋର ଏତିକି ବକ୍ତବ୍ୟ, ଆମ ମଧ୍ୟରେ କିମ୍ବା ଈଶ୍ୱରଙ୍କ ଉପାସନା ମଣ୍ଡଳୀମାନଙ୍କରେ ଉପାସନା ସମ୍ପର୍କରେ ଅନ୍ୟ କୌଣସି ପ୍ରଥା ନାହିଁ।

Gade chapit la Kopi

ପବିତ୍ର ବାଇବଲ

16 ଯଦି କିଏ ଏହି ବିଷୟରେ ଯୁକ୍ତିତର୍କ କରିବା ପାଇଁ ଇଚ୍ଛା କରେ, ତେବେ ଆମ୍ଭେ କହିବୁ ଯେ, ଲୋକମାନଙ୍କ ଏପ୍ରକାର କାର୍ଯ୍ୟକଳାପଠାରୁ ଆମ୍ଭେ ବା ପରମେଶ୍ୱରଙ୍କ ମଣ୍ଡଳୀ ସ୍ୱୀକୃତ ଦେବ ନାହିଁ।

Gade chapit la Kopi




୧ କରିନ୍ଥୀୟ 11:16
12 Referans Kwoze  

କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ବର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ।


କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦିୟା ପ୍ରଦେଶସ୍ଥ ଈଶ୍ବରଙ୍କ ମଣ୍ଡଳୀ-ସମୂହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୁଦୀମାନଙ୍କ ଦ୍ୱାରା ଯେଉଁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ୱଜାତୀୟମାନଙ୍କ ଦ୍ୱାରା ସେହିସବୁ ଦୁଃଖଭୋଗ କରୁଅଛ।


ସେମାନଙ୍କୁ ନେଇ ସେମାନଙ୍କ ସହିତ ଆପଣାକୁ ଶୁଚି କର, ଆଉ ସେମାନଙ୍କ ମସ୍ତକ ମୁଣ୍ଡନର ବ୍ୟୟ ଭାର ବହନ କର, ତାହାହେଲେ ସେମାନେ ତୁମ୍ଭ ବିଷୟରେ ଯେଉଁ ସବୁ ସମ୍ବାଦ ପାଇଅଛନ୍ତି, ସେଥିରେ ଯେ କିଛି ସତ୍ୟ ନାହିଁ, ବରଂ ତୁମ୍ଭେ ଯେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରି ଆଚରଣ କରୁଅଛ, ଏହା ସମସ୍ତେ ଜାଣିବେ।


ପୁଣି, ଅଣଯିହୁଦୀମାନଙ୍କ ମଧ୍ୟରେ ବାସକାରୀ ସମସ୍ତ ଯିହୁଦୀଙ୍କ ନିଜ ନିଜ ଶିଶୁମାନଙ୍କୁ ସୁନ୍ନତ ନ କରିବାକୁ ଓ ବିଧିବିଧାନ ଅନୁସାରେ ନ ଚଳିବାକୁ କହି, ମୋଶାଙ୍କ ବ୍ୟବସ୍ଥା ପରିତ୍ୟାଗ କରିବା ନିମନ୍ତେ ତୁମ୍ଭେ ଯେ ସେମାନଙ୍କୁ ଶିକ୍ଷା ଦେଇଥାଅ, ତୁମ୍ଭ ବିଷୟରେ ଏହି ସମ୍ବାଦ ସେମାନେ ପାଇଅଛନ୍ତି।


ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ବନ୍ଧରେ ଯେପରି ମୁଁ ଗାଲାତୀୟ ମଣ୍ଡଳୀ-ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର।


ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।


ମୁଁ କଅଣ ସ୍ୱାଧୀନ ନୁହେଁ? ମୁଁ କଅଣ ଜଣେ ପ୍ରେରିତ ନୁହେଁ? ମୁଁ କଅଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଦର୍ଶନ କରି ନାହିଁ? ତୁମ୍ଭେମାନେ କଅଣ ପ୍ରଭୁଙ୍କଠାରେ ମୋହର କୃତ କର୍ମ ନୁହଁ?


କିମ୍ବା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କଅଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ?


କିନ୍ତୁ ସ୍ତ୍ରୀ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଗୌରବଜନକ? କାରଣ ଆବରଣ ସ୍ୱରୂପେ ତାହାର କେଶ ତାହାକୁ ଦିଆଯାଇଅଛି।


ତହୁଁ ମୁଁ କ୍ରୟପତ୍ରର ଦୁଇ କିତା, ଅର୍ଥାତ୍‍, ବ୍ୟବସ୍ଥା ଓ ଧାରାନୁସାରେ ମୁଦ୍ରାଙ୍କିତ ଏକ କିତା ଓ ଖୋଲା ଏକ କିତା ନେଲି;


Swiv nou:

Piblisite


Piblisite