Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 11:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେହିପରି ଭୋଜନ ଉତ୍ତାରେ ସେ ପାନପାତ୍ର ମଧ୍ୟ ଘେନି କହିଲେ, “ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ; ତୁମ୍ଭେମାନେ ଯେତେ ଥର ଏଥିରୁ ପାନ କର, ସେତେ ଥର ମୋତେ ସ୍ମରଣ କରିବା ନିମନ୍ତେ ଏହା କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେହିପରି ଭୋଜନ ଉତ୍ତାରେ ସେ ପାନପାତ୍ର ମଧ୍ୟ ଘେନି କହିଲେ, ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ; ତୁମ୍ଭେମାନେ ଯେତେ ଥର ଏଥିରୁ ପାନ କର, ସେତେ ଥର ମୋତେ ସ୍ମରଣ କରିବା ନିମନ୍ତେ ଏହା କର।

Gade chapit la Kopi

ଓଡିଆ ବାଇବେଲ

25 ସେହିପରି ଭୋଜନ ଉତ୍ତାରେ ସେ ପାନପାତ୍ର ମଧ୍ୟ ଘେନି କହିଲେ, ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ; ତୁମ୍ଭେମାନେ ଯେତେ ଥର ଏଥିରୁ ପାନ କର, ସେତେ ଥର ମୋତେ ସ୍ମରଣ କରିବା ନିମନ୍ତେ ଏହା କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଭୋଜନ ପରେ ସେହିପରି ପାନପାତ୍ର ଉଠାଇ ସେ କହିଲେ, “ଏହି ପାନପାତ୍ର ମୋର ରକ୍ତରେ ପ୍ରତିଷ୍ଠିତ ଈଶ୍ୱରଙ୍କ ନୂତନ ନିୟମ। ତୁମ୍ଭେମାନେ ଯେତେ ଥର ଏହି ପାନପାତ୍ରରୁ ପାନ କରିବ, ସେତେ ଥର ମୋତେ ସ୍ମରଣ କରିବାକୁ ଏହା କରିବ।”

Gade chapit la Kopi

ପବିତ୍ର ବାଇବଲ

25 ସେହିପରି ସେମାନେ ଖାଇ ସାରିଲା ପରେ, ସେ ପାନପାତ୍ର ନେଲେ ଓ କହିଲେ: “ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ଚୁକ୍ତିର ନିଦର୍ଶନ। ତୁମ୍ଭେମାନେ ଯେତେଥର ଏହି ପାତ୍ରକୁ ପାନ କରିବ, ମୋତେ ସ୍ମରଣ କରିବା ପାଇଁ ତାହା କରିବ।”

Gade chapit la Kopi




୧ କରିନ୍ଥୀୟ 11:25
11 Referans Kwoze  

ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ, “ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ।


ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;


ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ପବିତ୍ର ଆତ୍ମାଙ୍କ, ଅର୍ଥାତ୍‍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ପବିତ୍ର ଆତ୍ମା ଜୀବନଦାୟକ;


ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ?


କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ।


ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ।


ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ବନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି।”


ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି;


“ଏହା ତୁମ୍ଭମାନଙ୍କ ନିମନ୍ତେ ମୋହର ଶରୀର; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।”


Swiv nou:

Piblisite


Piblisite