Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 11:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏହି ହେତୁ ତୁମ୍ଭମାନଙ୍କ ମଧ୍ୟରେ ଅନେକେ ଦୁର୍ବଳ ଓ ପୀଡ଼ିତ, ପୁଣି, ଅନେକେ ମହାନିଦ୍ରାପ୍ରାପ୍ତ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଏହି ହେତୁ ତୁମ୍ଭମାନଙ୍କ ମଧ୍ୟରେ ଅନେକେ ଦୁର୍ବଳ ଓ ପୀଡ଼ିତ, ପୁଣି ଅନେକେ ମହାନିଦ୍ରାପ୍ରାପ୍ତ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

30 ଏହି ହେତୁ ତୁମ୍ଭମାନଙ୍କ ମଧ୍ୟରେ ଅନେକେ ଦୁର୍ବଳ ଓ ପୀଡ଼ିତ, ପୁଣି, ଅନେକେ ମହାନିଦ୍ରାପ୍ରାପ୍ତ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ସେଥିପାଇଁ ତୁମ୍ଭମାନଙ୍କ ମଧ୍ୟରୁ ଆଜି ଅନେକେ ଦୁର୍ବଳ, ରୋଗାକ୍ରାନ୍ତ ଓ ମୃତ୍ୟୁମୁଖରେ ପଡ଼ିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

30 ସେଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ଅନେକ ଦୁର୍ବଳ ଓ ରୋଗୀ ଅଛନ୍ତି ଓ ଅନେକ ମୃତ ହେଲେଣି।

Gade chapit la Kopi




୧ କରିନ୍ଥୀୟ 11:30
19 Referans Kwoze  

ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନ-ପରିବର୍ତ୍ତନ କର।


“ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।


ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”


“ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”


କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ।


“ଏହା ହାରୋଣର ମୃତ୍ୟୁର ସମୟ ଅଟେ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ।


ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ,


ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥିନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ।


ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ବରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃ-ପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;


ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।


କାରଣ ଯେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ଜାଣି ଭୋଜନ କରେ ଓ ପାନ କରେ, ସେ ଆପଣା ଦଣ୍ଡ ନିମନ୍ତେ ଭୋଜନ କରେ ଓ ପାନ କରେ।


କିନ୍ତୁ ଯଦି ଆମ୍ଭେମାନେ ଆପଣା ଆପଣାର ବିଚାର କରନ୍ତୁ, ତେବେ ବିଚାରିତ ହେଉ ନ ଥାଆନ୍ତୁ।


Swiv nou:

Piblisite


Piblisite