Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 12:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ପୃଥକ୍ ପୃଥକ୍ ରୂପେ ଦାନ ବିତରଣ କରି ଏହିସମସ୍ତ କର୍ମ ସାଧନ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

11 କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 କିନ୍ତୁ ଏସବୁ ସେହି ଏକ ଆତ୍ମା ହିଁ କରିଥା’ନ୍ତି। ସେ ନିଜର ଇଚ୍ଛା ଅନୁସାରେ ପ୍ରତ୍ୟେକ ବ୍ୟକ୍ତିକୁ ବିଭିନ୍ନ ବିଷୟ ଦାନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

11 ସେହି ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ଏହି ସମସ୍ତ କାର୍ଯ୍ୟ କରନ୍ତି। ସେହି ଆତ୍ମା ପ୍ରତ୍ୟେକ ବ୍ୟକ୍ତିଙ୍କୁ କ’ଣ ଦିଆଯିବ, ତାହା ସ୍ଥିର କରନ୍ତି।

Gade chapit la Kopi




୧ କରିନ୍ଥୀୟ 12:11
18 Referans Kwoze  

ଅନୁଗ୍ରହ ଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ;


ସେ ସମ୍ବନ୍ଧରେ ଈଶ୍ବର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।


କିନ୍ତୁ ଆମ୍ଭେମାନେ ସୀମା ଲଙ୍ଘନ କରି ଦର୍ପ କରିବୁ ନାହିଁ; ମାତ୍ର ତୁମ୍ଭେମାନେ ମଧ୍ୟ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତ ହେବା ପାଇଁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ପରିମାଣ ସ୍ୱରୂପେ ଯେଉଁ ସୀମା ନିରୂପଣ କରିଅଛନ୍ତି, ସେଥିର ପରିମାଣ ଅନୁସାରେ ଦର୍ପ କରିବ।


କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି।


କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ବର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି।


ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।


ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ,


କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ବର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ।


ତଥାପି, ଯେପରି ସବୁ ଲୋକ ମୋହରି ପରି ହୁଅନ୍ତି, ଏହା ମୋହର ଇଚ୍ଛା। ମାତ୍ର କେହି ଏପ୍ରକାର, କେହି ସେପ୍ରକାର, ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ଦାନ ପାଇଅଛି।


ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;


ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି।


ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି।


ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇପାରେ ନାହିଁ।


ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ପବିତ୍ର ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର।”


ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋହର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ?’


ହଁ, ପିତଃ, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।


ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ “ତୁମ୍ଭେ କʼଣ କରୁଅଛ” ଏହା ତାହାଙ୍କୁ କହି ନ ପାରେ।


କିନ୍ତୁ ଈଶ୍ବର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି।


Swiv nou:

Piblisite


Piblisite