Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 12:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଅପର ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ବିଶ୍ୱାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ୱାରା ଆରୋଗ୍ୟ କରିବାର ଶକ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଅପର ଜଣକୁ ସେହି ଆତ୍ମାଙ୍କ ଦ୍ଵାରା ବିଶ୍ଵାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ଵାରା ଆରୋଗ୍ୟ କରିବାର ଶକ୍ତି,

Gade chapit la Kopi

ଓଡିଆ ବାଇବେଲ

9 ଅପର ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ବିଶ୍ୱାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ୱାରା ଆରୋଗ୍ୟ କରିବାର ଶକ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ସେହି ଏକ ପବିତ୍ରଆତ୍ମା କାହାକୁ ଦିଅନ୍ତି ବିଶ୍ୱାସ ଓ କାହାକୁ ଦିଅନ୍ତି ଆରୋଗ୍ୟ କରିବାର ଶକ୍ତି;

Gade chapit la Kopi

ପବିତ୍ର ବାଇବଲ

9 ସେହି ଏକମାତ୍ର ଆତ୍ମା ଜଣେ ଲୋକକୁ ବିଶ୍ୱାସ ଓ ଅନ୍ୟଜଣକୁ ପୂର୍ଣ୍ଣ ଆରୋଗ୍ୟ କରିବା ଶକ୍ତି ଦାନ କରନ୍ତି।

Gade chapit la Kopi




୧ କରିନ୍ଥୀୟ 12:9
21 Referans Kwoze  

“ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି,” ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ;


କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ,


ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।


ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖରୁ ବଞ୍ଚିତ ହେଲେ,


ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି?


ପୁଣି, ଈଶ୍ବର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।


ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।”


ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥିନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ।


ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।


ଆଉ ସେ ସେମାନଙ୍କୁ ଈଶ୍ବରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ।


ପୁଣି, ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରିବୃକ୍ଷ ପ୍ରତି ଯେପରି ହୋଇଅଛି, କେବଳ ଯେ ସେପରି ହେବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ତାହାହେଲେ ତାହା ହେବ।


ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠରୋଗୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।


ଅର୍ଥାତ୍‍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।


Swiv nou:

Piblisite


Piblisite