Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ ତତ୍ତ୍ଵ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।

Gade chapit la Kopi

ଓଡିଆ ବାଇବେଲ

2 ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ପ୍ରେରଣାପୂର୍ଣ୍ଣ ଧର୍ମପ୍ରଚାର କରିବାକୁ ମୋର ଶକ୍ତି ଥାଇପାରେ। ସମସ୍ତ ବିଷୟରେ ଜ୍ଞାନ ଥାଇପାରେ, ସମସ୍ତ ନିଗୂଢ଼ ତତ୍ତ୍ୱ ବୁଝିବାକୁ ଶକ୍ତି ଥାଇପାରେ, ବିଶ୍ୱାସ ବଳରେ ପାହାଡ଼ ଘୁଞ୍ଚାଇବା ସାମର୍ଥ୍ୟ ଥାଇପାରେ; ତଥାପି ମୋର ପ୍ରେମ ନ ଥିଲେ, ମୁଁ କିଛି ନୁହେଁ।

Gade chapit la Kopi

ପବିତ୍ର ବାଇବଲ

2 ମୋ’ ପାଖରେ ଭାବବାଣୀ କହିବାର ଶକ୍ତି ଥାଇପାରେ, ମୁଁ ପରମେଶ୍ୱରଙ୍କ ସମସ୍ତ ନିଗୂଢ଼ତତ୍ତ୍ୱ ଜାଣି ଥାଇପାରେ, ମୋର ସମସ୍ତ ଜ୍ଞାନ ଥାଇପାରେ, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଇପାରେ, କିନ୍ତୁ ଯଦି ମୋ'ଠାରେ ପ୍ରେମ ନାହିଁ, ତା'ହେଲେ ମୁଁ କିଛି ନୁହେଁ।

Gade chapit la Kopi




୧ କରିନ୍ଥୀୟ 13:2
38 Referans Kwoze  

ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।


ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ।


ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା’ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।


ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରିବୃକ୍ଷ ପ୍ରତି ଯେପରି ହୋଇଅଛି, କେବଳ ଯେ ସେପରି ହେବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ତାହାହେଲେ ତାହା ହେବ।


ତାହା ପଢ଼ି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋହର ଜ୍ଞାନର ପରିଚୟ ପାଇ ପାର;


ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟା କିମ୍ବା ଝମ୍‍ ଝମ୍‍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।


ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ।


ସେହି ନିଗୂଢ଼ତତ୍ତ୍ୱ ପ୍ରାଚୀନକାଳ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି।


ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ।


କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,


ପୁଣି, ଈଶ୍ବର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।


ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ବରଙ୍କ ଆଜ୍ଞା ପାଳନ ହିଁ ସାର।


ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।


ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଜଞ୍ଜିରରେ ବନ୍ଧାହୋଇଥିବା ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,


ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ।


ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା,


କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥିନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍‍, ଯେପର୍ଯ୍ୟନ୍ତ ଅଣଯିହୁଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;


ଆଉ ବାଟ ପାଖରେ ଗୋଟିଏ ଡିମ୍ବିରିବୃକ୍ଷ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, “ଆଉ କଦାପି ତୋʼଠାରେ ଫଳ ନ ହେଉ।” ସେଥିରେ ସେହିକ୍ଷଣି ସେହି ଡିମ୍ବିରିବୃକ୍ଷ ଶୁଖିଗଲା।


ସେ ଉତ୍ତର ଦେଲେ, “କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇନାହିଁ।


ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋହର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ୍ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ।


ଏଣୁ ହେ ମୋହର ଭାଇମାନେ, ଭାବବାଣୀ କହିବାକୁ ଏକାନ୍ତ ଚେଷ୍ଟା କର; ପୁଣି, ପରଭାଷାରେ କଥା କହିବାକୁ ମନା ନ କର।


ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ବର ବିନା ଦ୍ୱିତୀୟ ନାହିଁ।


ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍‍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।


ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ଉତ୍ତମତା ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି।


ଯେକୌଣସି ପୁରୁଷ ଆପଣା ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ।


ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ।


ଯେ ପରଭାଷାରେ କଥା କହେ, ସେ ନିଜର ନିଷ୍ଠା ଜନ୍ମାଏ, କିନ୍ତୁ ଯେ ଭାବବାଣୀ କହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ।


ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି, ଅନ୍ୟମାନେ ବିଚାର କରନ୍ତୁ।


ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ,


Swiv nou:

Piblisite


Piblisite