Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 13:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ଵ ବିତରଣ କରେ, ପୁଣି ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଯଦିବା ମୋର ସର୍ବସ୍ୱ ଦାନ କରିପାରେ କିମ୍ବା ଅଗ୍ନିରେ ଦଗ୍ଧ ହେବା ପାଇଁ ମୋ’ ଶରୀରକୁ ବିସର୍ଜନ କରି ଦିଏ, ତଥାପି ଯଦି ମୋ’ ହୃଦୟରେ ପ୍ରେମ ନାହିଁ, ସେସବୁ ମୋ’ ପାଇଁ ବୃଥା।

Gade chapit la Kopi

ପବିତ୍ର ବାଇବଲ

3 ଯଦି ମୁଁ ମୋର ସମସ୍ତ ସମ୍ପତ୍ତି ଦରିଦ୍ରକୁ ଖୁଆଇବା ପାଇଁ ଦାନ କରି ଦେଇପାରେ, ବା ନିଜ ଶରୀରକୁ ଦଗ୍ଧ ହେବା ପାଇଁ ସମର୍ପଣ କରି ଦେଇପାରେ, ମାତ୍ର ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ପାଇବି ନାହିଁ।

Gade chapit la Kopi




୧ କରିନ୍ଥୀୟ 13:3
22 Referans Kwoze  

ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ।


ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,


ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ।


ସେଥିରେ ପିତର କହିଲେ, ଦେଖନ୍ତୁ, ଆମ୍ଭେମାନେ ନିଜ ନିଜର ସବୁ କିଛି ଛାଡ଼ି ଆପଣଙ୍କ ଅନୁଗାମୀ ହୋଇଅଛୁ।


ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।


କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।


କାରଣ ସେମାନେ ଈଶ୍ବରଙ୍କଠାରୁ ଗୌରବ ଅପେକ୍ଷା ବରଂ ମନୁଷ୍ୟମାନଙ୍କଠାରୁ ଗୌରବ ଭଲ ପାଇଲେ।


ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, “ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”


ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କଅଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମ ସହରରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।


ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି।


ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହିସବୁ ଆତ୍ମା ଓ ଜୀବନ ଅଟେ।


କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।


ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ।


ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;


ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ।


Swiv nou:

Piblisite


Piblisite