Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 13:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ଆମ୍ଭେମାନେ ଆଂଶିକ ଭାବେ ଜାଣୁ ଓ ଆଂଶିକ ଭାବେ ଭାବବାଣୀ କହୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ ଆମ୍ଭେମାନେ ଆଂଶିକଭାବେ ଜାଣୁ ଓ ଆଂଶିକଭାବେ ଭାବବାଣୀ କହୁ।

Gade chapit la Kopi

ଓଡିଆ ବାଇବେଲ

9 କାରଣ ଆମ୍ଭେମାନେ ଆଂଶିକ ଭାବେ ଜାଣୁ ଓ ଆଂଶିକ ଭାବେ ଭାବବାଣୀ କହୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 କାରଣ ଆମର ଜ୍ଞାନ ଓ ପ୍ରେରଣାପୂର୍ଣ୍ଣ ଧର୍ମ ପ୍ରଚାର କରିବା ପାଇଁ ଆମ ଶକ୍ତି ଅସମ୍ପୂର୍ଣ୍ଣ।

Gade chapit la Kopi

ପବିତ୍ର ବାଇବଲ

9 କାରଣ ଆମ୍ଭକୁ ଜ୍ଞାନ ଓ ଭବିଷ୍ୟଦ୍‌‌ବାଣୀ ଆଂଶିକ ହେବାରୁ ଏହା ଲୋପ ହେବ।

Gade chapit la Kopi




୧ କରିନ୍ଥୀୟ 13:9
16 Referans Kwoze  

କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା ଯେତେବେଳେ ଯୀଶୁ ପୁନର୍ବାର ଆସିବେ; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି।


ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ୍, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ;


କିନ୍ତୁ ଯେପରି ଲେଖାଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ବର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”


ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ।


ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।


କିଏ ସ୍ୱର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି? ତାହାଙ୍କର ନାମ କଅଣ? ତାହାଙ୍କ ପୁତ୍ରର ନାମ କଅଣ? ଏହା ଯେବେ ଜାଣ, ତେବେ କୁହ।


ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟକର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।


ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


“କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି? କିମ୍ବା ତାହାଙ୍କର ପରାମର୍ଶଦାତା କିଏ ହୋଇଅଛି?”


ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍‍ କ୍ଷୀଣ ସ୍ୱର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?”


କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ।


Swiv nou:

Piblisite


Piblisite