Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 14:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ବ୍ୟବସ୍ଥାରେ ଲେଖାଅଛି, “ପ୍ରଭୁ କହନ୍ତି, ବିଦେଶୀୟ ଭାଷାବାଦୀମାନଙ୍କ ଦ୍ୱାରା ଓ ବିଦେଶୀୟମାନଙ୍କ ମୁଖ ଦ୍ୱାରା ଆମ୍ଭେ ଏହି ଲୋକମାନଙ୍କୁ କଥା କହିବା, ତାହାହେଲେ ସୁଦ୍ଧା ସେମାନେ ଆମ୍ଭର କଥା ଶୁଣିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ବ୍ୟବସ୍ଥାରେ ଲେଖାଅଛି, “ପ୍ରଭୁ କହନ୍ତି, ବିଦେଶୀୟ ଭାଷାବାଦୀମାନଙ୍କ ଦ୍ଵାରା ଓ ବିଦେଶୀୟମାନଙ୍କ ମୁଖ ଦ୍ଵାରା ଆମ୍ଭେ ଏହି ଲୋକମାନଙ୍କୁ କଥା କହିବା, ତାହାହେଲେ ସୁଦ୍ଧା ସେମାନେ ଆମ୍ଭର କଥା ଶୁଣିବେ ନାହିଁ।”

Gade chapit la Kopi

ଓଡିଆ ବାଇବେଲ

21 ମୋଶାଙ୍କ ବ୍ୟବସ୍ଥାରେ ଲେଖା ଅଛି, "ପ୍ରଭୁ କହନ୍ତି, ବିଦେଶୀୟ ଭାଷାବାଦୀମାନଙ୍କ ଦ୍ୱାରା ଓ ବିଦେଶୀୟମାନଙ୍କ ମୁଖ ଦ୍ୱାରା ଆମ୍ଭେ ଏହି ଲୋକମାନଙ୍କୁ କଥା କହିବା, ତାହାହେଲେ ସୁଦ୍ଧା ସେମାନେ ଆମ୍ଭର କଥା ଶୁଣିବେ ନାହିଁ" ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଧର୍ମଶାସ୍ତ୍ରରେ ଲେଖାଅଛି: “ପ୍ରଭୁ କହନ୍ତି, ଅଜଣା ଭାଷା କହୁଥିବା ବିଦେଶୀୟମାନଙ୍କ ମୁଖରେ ମୁଁ ଏହି ଜାତି ସହିତ କଥା କହିବି। ତଥାପି ସେମାନେ ମୋ’ କଥା ଶୁଣିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

21 ଶାସ୍ତ୍ରରେ ଲେଖାଅଛି: “ବିଦେଶୀୟ ଭାଷାବାଦୀମାନଙ୍କ ଦ୍ୱାରା ଓ ବିଦେଶୀୟମାନଙ୍କ ମୁଖ ଦ୍ୱାରା ଆମ୍ଭେ ଏହି ଲୋକମାନଙ୍କୁ କଥା କହିବା, ତଥାପି ଏହି ଲୋକମାନେ ଆମ୍ଭକଥା ଶୁଣିବେ ନାହିଁ।” ଏହା ପରମେଶ୍ୱର କହନ୍ତି

Gade chapit la Kopi




୧ କରିନ୍ଥୀୟ 14:21
7 Referans Kwoze  

ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;


ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେହି ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ।


ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭମାନଙ୍କ ବ୍ୟବସ୍ଥାରେ ଏହା କଅଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ବରଗଣ?


ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।


ସାଧୁମାନଙ୍କ ସମସ୍ତ ମଣ୍ଡଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ଡଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାନ୍ତି, ବରଂ ମୋଶାଙ୍କ ବ୍ୟବସ୍ଥାର ଉକ୍ତି ଅନୁସାରେ ସେମାନେ ବଶୀଭୂତ ହୋଇ ରହନ୍ତୁ।


Swiv nou:

Piblisite


Piblisite