Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି;

Gade chapit la Kopi

ଓଡିଆ ବାଇବେଲ

1 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଭାଇମାନେ, ମୁଁ ଯେଉଁ ଶୁଭ ବାର୍ତ୍ତା ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଅଛି, ଯାହା ତୁମ୍ଭେମାନେ ଗ୍ରହଣ କରିଅଛ ଏବଂ ଯାହା ଉପରେ ତୁମ୍ଭମାନଙ୍କର ବିଶ୍ୱାସ ପ୍ରତିଷ୍ଠିତ, ସେହି ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇ ଦେବା ପାଇଁ ମୁଁ ଚାହେଁ।

Gade chapit la Kopi

ପବିତ୍ର ବାଇବଲ

1 ଭାଇ ଓ ଭଉଣୀମାନେ ମୁଁ ତୁମ୍ଭମାନଙ୍କୁ ପୂର୍ବରୁ ମନେ ପକାଇ ଦେବାକୁ ଇଚ୍ଛା କରେ। ତୁମ୍ଭେମାନେ ଏହାକୁ ଗ୍ରହଣ କରିଥିଲ, ଓ ଏବେ ସୁଦ୍ଧା ଦୃଢ଼ ଭାବରେ ଧରି ରଖିଛ।

Gade chapit la Kopi




୧ କରିନ୍ଥୀୟ 15:1
22 Referans Kwoze  

ଈଶ୍ବରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏହି ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।


ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,


ତୁମ୍ଭମାନଙ୍କ ବିଶ୍ୱାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ୱ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକର୍ମୀ ଅଟୁ ଯେଣୁ ବିଶ୍ୱାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ।


ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର।


ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଚିତ, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଅନୁରୋଧ କରି ଉତ୍ସାହ ଦେଉଅଛୁ।


ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।


ଯେଉଁ ଦିନରେ ଈଶ୍ବର, ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।


ଅଣଯିହୁଦୀମାନେ ମଧ୍ୟ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦିୟା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ।


ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ।


ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ବର ବୃଦ୍ଧି ସାଧନ କରିଅଛନ୍ତି।


ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ।


ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।


ଭଲ କଥା, ସେମାନଙ୍କର ଅବିଶ୍ୱାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ୱାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ। ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;


କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି।


ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।


Swiv nou:

Piblisite


Piblisite