Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ଵାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ଵାସୀ ହୋଇଥିଲ।

Gade chapit la Kopi

ଓଡିଆ ବାଇବେଲ

2 ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିବା ସେହି ଶୁଭ ବାର୍ତ୍ତା ହିଁ ସୁସମାଚାର। ତୁମ୍ଭେମାନେ ସେହି ସୁସମାଚାରରେ ଦୃଢ଼ ବିଶ୍ୱାସୀ ହୋଇ ରହିଲେ, ପରିତ୍ରାଣ ପାଇବ। ନଚେତ୍ ତୁମ୍ଭମାନଙ୍କର ବିଶ୍ୱାସ ବୃଥା।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭେମାନେ ଏହି ସୁସମାଗ୍ଭର ଦ୍ୱାରା ପରିତ୍ରାଣ ପାଇଛ। କିନ୍ତୁ ମୋ’ କହିଥିବା କଥାଗୁଡ଼ିକୁ ତୁମ୍ଭେମାନେ ବିଶ୍ୱାସ କରି ଗ୍ଭଲିବା ଉଚିତ୍। ନଚେତ୍ ତୁମ୍ଭେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ।

Gade chapit la Kopi




୧ କରିନ୍ଥୀୟ 15:2
31 Referans Kwoze  

କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।


ଅତଏବ, ଶୁଣାଯାଇଥିବା ସତ୍ୟ ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।


କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।


ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,


ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।


କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ,


କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ବରଙ୍କ ଶକ୍ତି ଅଟେ।


କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ।


ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ୱାସ କଅଣ ତାହାର ପରିତ୍ରାଣ କରିପାରେ?


ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;


ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।


ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ।


ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ।


ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହିସବୁ ଧରି ରଖ।


ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶଭୋଗ କରିଅଛ? ତାହା କଅଣ ପ୍ରକୃତରେ ବୃଥା?


ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।


କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।


ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ିଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ।


ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ।


କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ବରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,


ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତ ଆମ୍ଭମାନଙ୍କ ପ୍ରଚାର ବୃଥା, ତୁମ୍ଭମାନଙ୍କ ବିଶ୍ୱାସ ମଧ୍ୟ ବୃଥା,


କାରଣ ଈଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ବରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ବର ସନ୍ତୁଷ୍ଟ ହେଲେ।


ଅତଏବ, ଈଶ୍ବରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଈଶ୍ବରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ।


ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ଭିତ ହେବାକୁ ଲାଗିଲା।


ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।


ସତ୍ୟତା କିଣ, ପୁଣି, ତାହା ବିକ ନାହିଁ; ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ।


ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବିଧି ଦେଇଅଛି, ସେହିସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି।


Swiv nou:

Piblisite


Piblisite