Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଯଥାର୍ଥ ରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ବରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଯଥାର୍ଥ ରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ଵରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି।

Gade chapit la Kopi

ଓଡିଆ ବାଇବେଲ

34 ଯଥାର୍ଥରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ୱରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ତେଣୁ ସଂଯତ ହୁଅ, ପାପ କର ନାହିଁ। ତୁମ୍ଭମାନଙ୍କ ପକ୍ଷରେ ଗୋଟିଏ ଲଜ୍ଜାଜନକ ବିଷୟ ଏଠାରେ କହି ରଖୁଛି - ତୁମ୍ଭମାନଙ୍କ ମଧ୍ୟରୁ କେତେକେ ଈଶ୍ୱରଙ୍କୁ ଜାଣି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

34 ଅତଏବ, ତୁମ୍ଭେ ଜାଗ୍ରତ ହୁଅ, ଓ ପାପ କରିବା ବନ୍ଦ କର। ତୁମ୍ଭମାନଙ୍କ ମଧ୍ୟରୁ କେତେକ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ। ତୁମ୍ଭମାନଙ୍କୁ ଲଜ୍ଜା ଦେବା ପାଇଁ ଏ କଥା ମୁଁ କହୁଛି।

Gade chapit la Kopi




୧ କରିନ୍ଥୀୟ 15:34
17 Referans Kwoze  

ମୁଁ ତୁମ୍ଭମାନଙ୍କୁ ଲଜ୍ଜା କରାଇବା ପାଇଁ ଏହା କହୁଅଛି। ଭାଇ ଭାଇ ମଧ୍ୟରେ ମୀମାଂସା କରିବାକୁ ସମର୍ଥ, ଏପରି କଅଣ ଜଣେ ବୋଲି ଜ୍ଞାନୀ ଲୋକ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ନାହିଁ?


ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ।


ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।


ଏଣୁ ପବିତ୍ର ଶାସ୍ତ୍ରରେ ଉକ୍ତ ଅଛି, “ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।”


ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ।


ଆଉ, ଯେପରି ସେମାନେ ଈଶ୍ବର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ବର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।


ସେ କହିଲା, କେହି ନାହିଁ, ପ୍ରଭୁ। ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ।]


ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାହାକୁ କହିଲେ, “ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ।”


ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲେ, “ହେ ନିଦ୍ରାଳୁ, କଅଣ କରୁଅଛ? ଉଠ, ତୁମ୍ଭ ଦେବତାଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ତୁମ୍ଭର ଦେବତା ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ।”


ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ,


ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।


ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା]


ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ, ଏହା ସଦାପ୍ରଭୁ କହନ୍ତି।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ।


ଈଶ୍ବର ଯେ ମୃତମାନଙ୍କୁ ଉଠାନ୍ତି, ତାହା କାହିଁକି ଆପଣମାନଙ୍କ ବିଚାରରେ ଅବିଶ୍ୱସ୍ତ ବୋଲି ବୋଧ ହୁଏ?


ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହି ସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହି ସମସ୍ତ ଲେଖୁଅଛି।


Swiv nou:

Piblisite


Piblisite