Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ଵିତୀୟ ମନୁଷ୍ୟ ସ୍ଵର୍ଗରୁ ଆଗତ,।

Gade chapit la Kopi

ଓଡିଆ ବାଇବେଲ

47 ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

47 ପ୍ରଥମ ମନୁଷ୍ୟ ଆଦମ ଥିଲା ପାର୍ଥିବ, ମୃତ୍ତିକାରୁ ନିର୍ମିତ; କିନ୍ତୁ ଦ୍ୱିତୀୟ ଆଦମ ସ୍ୱର୍ଗରୁ ଅବତୀର୍ଣ୍ଣ ହେଲେ।

Gade chapit la Kopi

ପବିତ୍ର ବାଇବଲ

47 ପ୍ରଥମ ମନୁଷ୍ୟଟି ପୃଥିବୀର ମାଟିରୁ ନିର୍ମିତ ହୋଇଥିଲା; କିନ୍ତୁ ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆସିଥିଲେ।

Gade chapit la Kopi




୧ କରିନ୍ଥୀୟ 15:47
16 Referans Kwoze  

ଯେ ଊର୍ଦ୍ଧ୍ୱରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ୱର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ।


ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।


ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”


କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ବରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ।


ଏହିପରି ଶାସ୍ତ୍ରରେ ମଧ୍ୟ ଲେଖାଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ।


କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ।


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।


ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।


କାରଣ ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ବରଦତ୍ତ ଆହାର।”


“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”


ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।


ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ, କିନ୍ତୁ ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ।


Swiv nou:

Piblisite


Piblisite