Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ,

Gade chapit la Kopi

ଓଡିଆ ବାଇବେଲ

51 ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

51-52 ଶୁଣ, ମୁଁ ତୁମ୍ଭମାନଙ୍କୁ ଏକ ନିଗୂଢ଼ ସତ୍ୟ ଜଣାଉଛି। ଆମେ ସମସ୍ତେ ମୃତ୍ୟୁ ଭୋଗ କରିବା ନାହିଁ। କିନ୍ତୁ ଶେଷ ତୂରୀ ଧ୍ୱନି ହେବା ସମୟରେ, ଗୋଟିଏ ମୁହୂର୍ତ୍ତରେ, ଆଖି ପଲକରେ ଆମେ ସମସ୍ତେ ରୂପାନ୍ତରିତ ହେବା। ସେତେବେଳେ ମୃତମାନେ ଅମର ହୋଇ ଉତ୍ଥିତ ହେବେ ଏବଂ ଆମେ ସମସ୍ତେ ପରିବର୍ତ୍ତିତ ହେବା।

Gade chapit la Kopi

ପବିତ୍ର ବାଇବଲ

51 କିନ୍ତୁ ଶୁଣ! ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଛି: ଆମ୍ଭମାନଙ୍କ ମଧ୍ୟରୁ ସମସ୍ତେ ମରିବା ନାହିଁ, ବରଂ ଆମ୍ଭେ ସମସ୍ତେ ପରିବର୍ତ୍ତିତ ହେବା।

Gade chapit la Kopi




୧ କରିନ୍ଥୀୟ 15:51
13 Referans Kwoze  

ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରିପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।


କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି।


ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,


ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ।


ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ କରିଅଛନ୍ତି।


ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ବରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ବର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ।


ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି।


ଅର୍ଥାତ୍‍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି।


ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ କରିଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି।


ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।


ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ୱର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକାନ୍ତ ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ;


କାରଣ ଆମ୍ଭେମାନେ ଏହି ତମ୍ବୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।


Swiv nou:

Piblisite


Piblisite