Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ।

Gade chapit la Kopi

ଓଡିଆ ବାଇବେଲ

8 ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ସର୍ବଶେଷରେ ସେ ମୋ’ ପରି ଜଣେ ଅକାଳଜାତକୁ ମଧ୍ୟ ଦର୍ଶନ ଦେଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ

8 ଯଥା ସମୟ ପୂର୍ବରୁ ଜନ୍ମ ହୋଇଥିବା ଶିଶୁଟିଏ ଭଳି ଯେ ମୁଁ, ସେ ମୋତେ ସର୍ବ ଶେଷରେ ଦେଖା ଦେଲେ।

Gade chapit la Kopi




୧ କରିନ୍ଥୀୟ 15:8
10 Referans Kwoze  

ମୁଁ କଅଣ ସ୍ୱାଧୀନ ନୁହେଁ? ମୁଁ କଅଣ ଜଣେ ପ୍ରେରିତ ନୁହେଁ? ମୁଁ କଅଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଦର୍ଶନ କରି ନାହିଁ? ତୁମ୍ଭେମାନେ କଅଣ ପ୍ରଭୁଙ୍କଠାରେ ମୋହର କୃତ କର୍ମ ନୁହଁ?


କିନ୍ତୁ ଉଠ, ପାଦରେ ଭରା ଦେଇ ଠିଆ ହୁଅ, କାରଣ ଆମ୍ଭେ ତୁମ୍ଭକୁ ଆମ୍ଭର ସେବକ, ଆଉ ତୁମ୍ଭେ ଆମ୍ଭର ଯେଉଁ ଯେଉଁ ଦର୍ଶନ ପାଇଅଛ ଓ ପାଇବ, ସେହି ସମସ୍ତ ବିଷୟର ସାକ୍ଷୀସ୍ୱରୂପେ ମନୋନୀତ କରିବା ଉଦ୍ଦେଶ୍ୟରେ ତୁମ୍ଭକୁ ଦର୍ଶନ ଦେଇଅଛୁ।


ସେ ମୋତେ କହିଲେ, “ବିଳମ୍ବ ନ କରି ଶୀଘ୍ର ଯିରୂଶାଲମ ସହରରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।”


ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, “ଭୟ କର ନାହିଁ, ନୀରବ ନ ରହି କଥା କୁହ,


ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍‍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି।


ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃ-ପୁରୁଷଙ୍କର ଈଶ୍ବର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,


କିନ୍ତୁ ମୁଁ ଯାଉ ଯାଉ ଦମ୍ମେଶକ ସହରର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍‍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକି ଉଠିଲା।


ଏହି ଉଦ୍ଦେଶ୍ୟରେ ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ଓ ଆଦେଶପତ୍ର ଘେନି ଦମ୍ମେଶକକୁ ଯାଉଥିବା ସମୟରେ,


Swiv nou:

Piblisite


Piblisite