Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 16:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହି ପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହିପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର।

Gade chapit la Kopi

ଓଡିଆ ବାଇବେଲ

18 ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହି ପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ସେମାନେ ତୁମ୍ଭମାନଙ୍କୁ ଓ ମୋତେ ଉତ୍ଫୁଲ୍ଲ କରିଛନ୍ତି। ଏଭଳି ଲୋକମାନେ ସମ୍ମାନର ପାତ୍ର।

Gade chapit la Kopi

ପବିତ୍ର ବାଇବଲ

18 ସେମାନେ ମୋ’ ଆତ୍ମାକୁ ଏବଂ ତୁମ୍ଭ ଆତ୍ମାକୁ ମଧ୍ୟ ଆରାମ ପ୍ରଦାନ କରିଛନ୍ତି। ତୁମ୍ଭେମାନେ ଏଭଳି ଲୋକମାନଙ୍କୁ ସମ୍ମାନ କରିବା ଉଚିତ୍।

Gade chapit la Kopi




୧ କରିନ୍ଥୀୟ 16:18
14 Referans Kwoze  

କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି।


ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାହାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି।


ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,


ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ।


ପୁଣି, ଈଶ୍ବରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମ ପ୍ରାପ୍ତ ହୁଏ।


ତୃଷିତ ପ୍ରାଣକୁ ଶୀତଳ ଜଳ ଯେରୂପ, ଦୂର ଦେଶରୁ ସୁସମାଚାର ସେରୂପ।


ଫସଲ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।


ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋହର ଆନନ୍ଦର ଆଉ ବଡ଼ ବିଷୟ ନାହିଁ।


ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ୱାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ୱାସନା ଦିଅ।


ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।


Swiv nou:

Piblisite


Piblisite