Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ବରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହିସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହିସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ଵରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହିସବୁ ତାହା ନିକଟରେ ମୂର୍ଖତା, ପୁଣି ସେ ସେହିସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ।

Gade chapit la Kopi

ଓଡିଆ ବାଇବେଲ

14 କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ୱରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହି ସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହି ସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 କିନ୍ତୁ ଯେ ଆଧ୍ୟାତ୍ମିକମନା ନୁହେଁ, ସେ ପରମାତ୍ମାଙ୍କ ଦାନଗୁଡ଼ିକ ଗ୍ରହଣ କରିବାକୁ ଅକ୍ଷମ। ସେ ପ୍ରକୃତରେ ଏହି ଦାନଗୁଡ଼ିକୁ ବୁଝିପାରେ ନାହିଁ। ସେସବୁ ତା’ ପାଇଁ ନିର୍ବୋଧତା; କାରଣ କେବଳ ଆଧ୍ୟାତ୍ମିକ ଭିତ୍ତିରେ ସେଗୁଡ଼କର ମୂଲ୍ୟାୟନ କରାଯାଇପାରେ।

Gade chapit la Kopi

ପବିତ୍ର ବାଇବଲ

14 ଯେଉଁ ଲୋକ ଆଧ୍ୟାତ୍ମିକ ନୁହେଁ, ସେ ପରମେଶ୍ୱରଙ୍କ ଆତ୍ମିକ ସତ୍ୟଗୁଡ଼ିକୁ ଗ୍ରହଣ କରେ ନାହିଁ। ସେ ଏହିସବୁ ବିଷୟ ଗୁଡ଼ିକୁ ମୁର୍ଖାମୀ ବୋଲି ଭାବେ। ସେ ଆତ୍ମାର ସତ୍ୟଗୁଡ଼ିକୁ ବୁଝିପାରେ ନାହିଁ, କାରଣ ସେଗୁଡ଼ିକୁ କେବଳ ଆଧ୍ୟାତ୍ମିକ ଭାବରେ ବିଗ୍ଭର କରି ହେବ।

Gade chapit la Kopi




୧ କରିନ୍ଥୀୟ 2:14
36 Referans Kwoze  

କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ବରଙ୍କ ଶକ୍ତି ଅଟେ।


କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।


ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ, କିନ୍ତୁ ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ।


ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ବରଙ୍କ ଆତ୍ମାବିହୀନ।


ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଅନାତ୍ମିକ ଓ ଶୟତାନଠାରୁ ଅଟେ;


ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।


ପ୍ରାକୃତିକ ଶରୀର ବୁଣାଯାଏ, ଆତ୍ମିକ ଶରୀର ଉତ୍ଥିତ ହୁଏ। ଯଦି ପ୍ରାକୃତିକ ଶରୀର ଅଛି, ତେବେ ଆତ୍ମିକ ଶରୀରସୁଦ୍ଧା ଅଛି।


ଯେପରି ଈଶ୍ବରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ବରଙ୍କ ଆତ୍ମା ପାଇଅଛୁ।


ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ; ମାତ୍ର ବୁଦ୍ଧିମାନ ପାଇଁ ବିଦ୍ୟା ସହଜ।


କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ,


ତୁମ୍ଭେମାନେ କିପରି ବିଶ୍ୱାସ କରିପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ବରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।


କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋହର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।”


କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍‍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।


ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ବରଭକ୍ତିନୀ ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ।


ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ।


କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୁଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୁଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।


କିନ୍ତୁ ସେମାନଙ୍କ ସ୍ୱଧର୍ମ ପୁଣି, ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି, ଯାହାକୁ ପାଉଲ ସଜୀବ ବୋଲି କହୁଥିଲା, ସେହିସବୁ ବିଷୟରେ ତାହା ବିରୁଦ୍ଧରେ ସେମାନଙ୍କର କେତେକ ବିବାଦ ଥିଲା।


ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ;


ମାତ୍ର ଯଦି ଏହିସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହିସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ।


ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।


ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ?


ସେଥିରେ ଏପିକୂୂରୀୟ ଓ ସ୍ତୋୟିକ ଦର୍ଶନଶାସ୍ତ୍ରର କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।


ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରିପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ।


କାରଣ ଈଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ବରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ବର ସନ୍ତୁଷ୍ଟ ହେଲେ।


ଯେଣୁ ଈଶ୍ବରଙ୍କ ମୂର୍ଖ ବିଷୟ ମନୁଷ୍ୟର ଜ୍ଞାନ ଅପେକ୍ଷା ଅଧିକ ଜ୍ଞାନପୂର୍ଣ୍ଣ, ଆଉ ଈଶ୍ବରଙ୍କ ଦୁର୍ବଳ ବିଷୟ ମନୁଷ୍ୟର ବଳ ଅପେକ୍ଷା ଅଧିକ ବଳବାନ।


ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକମନା ଲୋକଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି।


Swiv nou:

Piblisite


Piblisite