Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କିନ୍ତୁ ଯେପରି ଲେଖାଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ବର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କିନ୍ତୁ ଯେପରି ଲେଖାଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେସମସ୍ତ ବିଷୟ ଈଶ୍ଵର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”

Gade chapit la Kopi

ଓଡିଆ ବାଇବେଲ

9 କିନ୍ତୁ ଯେପରି ଲେଖା ଅଛି, "ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ୱର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି" ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଯେପରି ଧର୍ମଶାସ୍ତ୍ରରେ ଲେଖାଅଛି: “ଯାହା କେହି କେବେ ଦେଖି ନାହିଁ କିମ୍ବା ଶୁଣି ନାହିଁ, ଯାହା ଘଟିବାର କେହି କଳ୍ପନା କରି ନାହିଁ, ତାଙ୍କୁ ପ୍ରେମ କରୁଥିବା ଲୋକମାନଙ୍କ ନିମନ୍ତେ ଈଶ୍ୱର ସେହି ସବୁ ପ୍ରସ୍ତୁତ କରିଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

9 କିନ୍ତୁ ଶାସ୍ତ୍ରମାନଙ୍କରେ ଏହିପରି ଲେଖା ଅଛି: “କୌଣସି ଆଖି ଦେଖି ନାହିଁ। କୌଣସି କାନ ଶୁଣି ନାହିଁ। କେହିହେଲେ କଳ୍ପନା କରି ନାହିଁ; ଯେ, ପରମେଶ୍ୱରଙ୍କୁ ପ୍ରେମ କରୁଥିବା ଲୋକଙ୍କ ପାଇଁ ପରମେଶ୍ୱର କ’ଣ ପ୍ରସ୍ତୁତ କରି ରଖିଛନ୍ତି।”

Gade chapit la Kopi




୧ କରିନ୍ଥୀୟ 2:9
12 Referans Kwoze  

କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।


ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍!


ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।


ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।


ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?


କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବକାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ।


କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍‍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ବର ସେମାନଙ୍କ ଈଶ୍ବର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।


ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;


ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।


କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।


ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।


ସେମାନେ ତାହାଙ୍କୁ କହିଲେ, ପାରୁ। ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ୱାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।”


Swiv nou:

Piblisite


Piblisite