Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକମନା ଲୋକଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକ ଲୋକମାନଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି।

Gade chapit la Kopi

ଓଡିଆ ବାଇବେଲ

1 ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକ ଲୋକମାନଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଭାଇମାନେ, ଆଧ୍ୟାତ୍ମିକମନା ଲୋକମାନଙ୍କ ସହିତ କଥାବାର୍ତ୍ତା କଲା ପରି ମୁଁ ତୁମ୍ଭମାନଙ୍କ ସହିତ କଥାବାର୍ତ୍ତା କରି ନାହିଁ। ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ଜଗତର ଲୋକ ଏବଂ ଖ୍ରୀଷ୍ଟୀୟ ବିଶ୍ୱାସରେ ଶିଶୁ ମନେ କରି କଥା କହିଛି।

Gade chapit la Kopi

ପବିତ୍ର ବାଇବଲ

1 ଭାଇ ଓ ଭଉଣୀମାନେ! ପୂର୍ବରେ ମୁଁ ତୁମ୍ଭମାନଙ୍କୁ ଆତ୍ମିକମନା ଲୋକମାନଙ୍କୁ କହିବା ଭଳି କହି ପାରି ନ ଥିଲି। ମୁଁ ତୁମ୍ଭମାନଙ୍କ ସହିତ ଜାଗତିକ ଲୋକ ଭଳି କଥାବାର୍ତ୍ତା କଲି। ଖ୍ରୀଷ୍ଟଙ୍କଠାରେ ଶିଶୁ ଭଳି ମୁଁ ତୁମ୍ଭମାନଙ୍କୁ କହିଲି।

Gade chapit la Kopi




୧ କରିନ୍ଥୀୟ 3:1
11 Referans Kwoze  

ଯେ ଦୁଗ୍ଧପାୟୀ, ସେ ତ ଧାର୍ମିକତାର ବାକ୍ୟ ବିଷୟରେ ଜାଣେ ନାହିଁ, କାରଣ ସେ ଶିଶୁମାତ୍ର।


ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,


ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ-ବୟସ୍କ ହୁଅ।


ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ।


ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି।


ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।


କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋହର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।”


କେହି ଯଦି ଆପଣାକୁ ଭାବବାଦୀ ବା ଆତ୍ମିକ ଦାନ ପ୍ରାପ୍ତ ବୋଲି ମନେ କରେ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଲେଖୁଅଛି, ସେହିସବୁ ଯେ ପ୍ରଭୁଙ୍କ ଆଜ୍ଞା, ଏହା ସେ ଜ୍ଞାତ ହେଉ।


Swiv nou:

Piblisite


Piblisite