Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତାହାହେଲେ ପ୍ରତ୍ୟେକ ଜଣର କର୍ମ କି ପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହି ଦିନ ତାହା ପ୍ରକାଶ କରିବ, ଯେଣୁ ସେହି ଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କି ପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତାହାହେଲେ ପ୍ରତ୍ୟେକ ଜଣର କର୍ମ କିପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହିଦିନ ତାହା ପ୍ରକାଶ କରିବ, ଯେଣୁ ସେହିଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କିପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ।

Gade chapit la Kopi

ଓଡିଆ ବାଇବେଲ

13 ତାହାହେଲେ ପ୍ରତ୍ୟେକ ଜଣର କର୍ମ କି ପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହି ଦିନ ତାହା ପ୍ରକାଶ କରିବ, ଯେଣୁ ସେହି ଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କି ପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 କିନ୍ତୁ “ଖ୍ରୀଷ୍ଟଙ୍କ ଦିବସରେ” ପ୍ରତ୍ୟେକର କାର୍ଯ୍ୟ ପ୍ରକାଶିତ ହେବ। ସେହି ଦିନ ଅଗ୍ନି ଦ୍ୱାରା ପ୍ରତ୍ୟେକର କାର୍ଯ୍ୟ ପରୀକ୍ଷା କରାଯାଇ ମାନ ନିରୂପଣ କରାଯିବ।

Gade chapit la Kopi

ପବିତ୍ର ବାଇବଲ

13 କିନ୍ତୁ ପ୍ରତ୍ୟେକ ଲୋକର କାମ ସେହି ଦିନ ସ୍ପଷ୍ଟ ଭାବରେ ପ୍ରକାଶିତ ହେବ। ସେହି ଦିନଟି ନିଆଁ ଦେଇ ଆସିବ, ଓ ସେହି ନିଆଁ ପ୍ରତ୍ୟେକ ଲୋକର କାର୍ଯ୍ୟକୁ ପରୀକ୍ଷା କରିବ।

Gade chapit la Kopi




୧ କରିନ୍ଥୀୟ 3:13
28 Referans Kwoze  

ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।


ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।


ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।


ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;


ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ଯେଉଁ ଦିନରେ ଈଶ୍ବର, ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।


ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାହାଙ୍କ ପ୍ରତି ଅନୁଗ୍ରହ କରନ୍ତୁ, ଆଉ ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣିଅଛ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍‍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା।


କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;


ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍‌‌ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ୍ଗ ବିଦ୍ଧ କରିବ।


କିନ୍ତୁ ସେମାନେ ଆଉ ଅଧିକ ଆଗକୁ ଯିବେ ନାହିଁ; କାରଣ ସେହି ଦୁଇ ଜଣଙ୍କର ମୂର୍ଖତା ଯେପରି ପ୍ରକାଶ ପାଇଥିଲା, ସେହିପରି ଏମାନଙ୍କର ମଧ୍ୟ ସମସ୍ତଙ୍କ ନିକଟରେ ଜଣାପଡ଼ିବ।


ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ? ଓ ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ ନୁହେଁ?


ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।”


ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।


ଯେଉଁ ଭବିଷ୍ୟଦ୍‍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ?


ମାତ୍ର ତାହାଙ୍କର ଆଗମନ ଦିନ କିଏ ସହିପାରେ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ;


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ।”


ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।


କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ,


ଏହି କାରଣ ଯୋଗୁଁ ମୁଁ ଏହିସବୁ ମଧ୍ୟ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।


ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।


ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ କରିବା, ବିଶେଷ ଭାବରେ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଆଗମନର ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।


ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।


Swiv nou:

Piblisite


Piblisite