Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯଦି କାହାରି କର୍ମ ପୋଡ଼ିଯିବ, ତାହାର କ୍ଷତି ହେବ, ତଥାପି ସେ ନିଜେ ରକ୍ଷା ପାଇବ, କିନ୍ତୁ ତାହା ଅଗ୍ନି ମଧ୍ୟ ଦେଇ ଗମନ କଲା ପରି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଯଦି କାହାରି କର୍ମ ପୋଡ଼ିଯିବ, ତାʼର କ୍ଷତି ହେବ, ତଥାପି ସେ ନିଜେ ରକ୍ଷା ପାଇବ, କିନ୍ତୁ ତାହା ଅଗ୍ନି ମଧ୍ୟ ଦେଇ ଗମନ କଲା ପରି ହେବ।

Gade chapit la Kopi

ଓଡିଆ ବାଇବେଲ

15 ଯଦି କାହାରି କର୍ମ ପୋଡ଼ିଯିବ, ତା'ର କ୍ଷତି ହେବ, ତଥାପି ସେ ନିଜେ ରକ୍ଷା ପାଇବ, କିନ୍ତୁ ତାହା ଅଗ୍ନି ମଧ୍ୟ ଦେଇ ଗମନ କଲାପରି ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଯାହାର କାର୍ଯ୍ୟ ଧ୍ୱଂସ ପାଇବ, ସେ ସେଥିରୁ ବଞ୍ଚିତ ହେବ, କିନ୍ତୁ ପରୀକ୍ଷାରୁ ଉଦ୍ଧାରପ୍ରାପ୍ତ ବ୍ୟକ୍ତି ପରି ସେ ନିଜେ ରକ୍ଷା ପାଇବ।

Gade chapit la Kopi

ପବିତ୍ର ବାଇବଲ

15 କିନ୍ତୁ ଯେଉଁ ଲୋକର କାର୍ଯ୍ୟ ନିଆଁରେ ଭସ୍ମ ହୋଇଯିବ, ସେ କ୍ଷତି ସହିବ। ସେ ଲୋକ ରକ୍ଷା ପାଇବ, କିନ୍ତୁ ସେ ସେହି ଜ୍ୱଳନ୍ତ ନିଆଁରୁ ଯେପରି ଉଦ୍ଧାର ହେଲା ଭଳି ହେବ।

Gade chapit la Kopi




୧ କରିନ୍ଥୀୟ 3:15
12 Referans Kwoze  

ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।


ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର।


ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଗ୍ନତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲେପନ କରିବା ପାଇଁ ଅଞ୍ଜନ ଆମ୍ଭ ନିକଟରୁ କିଣ।


ପୁଣି, “ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?”


ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ?”


ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ।


“ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି, ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ୍ ଥିଲା।


ପୁଣି, ଅବଶିଷ୍ଟମାନଙ୍କ ମଧ୍ୟରୁ କେହି କେହି ତକ୍ତା ଓ ଆଉ କେହି କେହି ଜାହାଜର ଅନ୍ୟାନ୍ୟ ଭଙ୍ଗା ଖଣ୍ଡ ଧରି ଯାଉନ୍ତୁ। ଏହି ପ୍ରକାରେ ସମସ୍ତେ ନିରାପଦରେ ସ୍ଥଳରେ ପହଞ୍ଚିଲେ।


ମାତ୍ର ମୁଁ ଯେଉଁ ପଥ ଅବଲମ୍ବନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି।


କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ।


Swiv nou:

Piblisite


Piblisite