Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ବରଙ୍କ ମନ୍ଦିର, ଆଉ ଈଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ଵରଙ୍କ ମନ୍ଦିର, ଆଉ ଈଶ୍ଵରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;

Gade chapit la Kopi

ଓଡିଆ ବାଇବେଲ

16 ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଆଉ ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ତୁମେ ନିଶ୍ଚିତରୂପେ ଜାର ଯେ ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

16 ତୁମ୍ଭେମାନେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭେମାନେ ପରମେଶ୍ୱରଙ୍କ ମନ୍ଦିର ଅଟ, ଏବଂ ପରମେଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କଠାରେ ବାସ କରନ୍ତି।

Gade chapit la Kopi




୧ କରିନ୍ଥୀୟ 3:16
24 Referans Kwoze  

ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।


ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି, “ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ବର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।”


ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।


ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରିପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ।


କିନ୍ତୁ ଈଶ୍ବରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ।


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।


ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ୱାରା ସୁରକ୍ଷା କର,


କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।


କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି।


ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ?


ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।


ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି, ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦୀ ସହିତ ଅଂଶୀ ହୁଅନ୍ତି, ଏହା କଅଣ ଜାଣ ନାହିଁ?


ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ


କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ।”


ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ। ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ?


ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।


ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍‍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?


କାରଣ ଆମ୍ଭେମାନେ ଈଶ୍ବରଙ୍କ ସହକର୍ମୀ ତୁମ୍ଭେମାନେ ଈଶ୍ବରଙ୍କ କ୍ଷେତ୍ର, ଈଶ୍ବରଙ୍କ ଗୃହ।


ଯଦି କୌଣସି ଲୋକ ଈଶ୍ବରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ବର ତାହାକୁ ନଷ୍ଟ କରିବେ କାରଣ ଈଶ୍ବରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ।


ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ବରଙ୍କ ଗୃହରେ, ଅର୍ଥାତ୍‍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।


Swiv nou:

Piblisite


Piblisite