Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 4:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ଵାରା ଜନ୍ମ ଦେଇଅଛି।

Gade chapit la Kopi

ଓଡିଆ ବାଇବେଲ

15 କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାଁନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଖ୍ରୀଷ୍ଟୀୟ ଜୀବନରେ ତୁମର ଅନେକ ଧର୍ମଗୁରୁ ଥାଉ ପାରନ୍ତି। କିନ୍ତୁ ତୁମର ପିତା ଏକ। ତୁମ ନିକଟରେ ସୁସମାଚାର ପ୍ରଚାର କରିବା ଦ୍ୱାରା ଖ୍ରୀଷ୍ଟୀୟ ଜୀବନରେ ମୁଁ ତୁମର ପିତା ସ୍ୱରୂପ ହୋଇଛି।

Gade chapit la Kopi

ପବିତ୍ର ବାଇବଲ

15 ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଦଶ ହଜାର ଶିକ୍ଷକ ଥାଇ ପାରନ୍ତି, କିନ୍ତୁ ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି, ସୁସମାଗ୍ଭର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ସକାଶେ ମୁଁ ତୁମ୍ଭମାନଙ୍କର ପିତା ହୋଇଛି।

Gade chapit la Kopi




୧ କରିନ୍ଥୀୟ 4:15
25 Referans Kwoze  

ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି।


ମୋତେ ଦିଆଯାଇଥିବା ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହ ନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରେ, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରେ। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରେ, ସେ ସମ୍ବନ୍ଧରେ ସାବଧାନ ହେଉ।


ମୁଁ ଯେପରି ସୁସମାଚାରର ଆଶୀର୍ବାଦର ସହଭାଗୀ ହୁଏ, ଏଥିପାଇଁ ମୁଁ ସୁସମାଚାର ନିମନ୍ତେ ସବୁ କରେ।


ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ୱାରା ଜୀବନ ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି।


ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍‍ ଈଶ୍ବରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ।


ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।


ମୁଁ ପାଉଲ ସ୍ୱହସ୍ତରେ ଏହା ଲେଖି ଦେଉଅଛି, ମୁଁ ତାହା ପରିଶୋଧ କରିବି। ତୁମ୍ଭେ ନିଜେ ଯେ ମୋʼ ନିକଟରେ ଋଣୀ, ଏ ବିଷୟରେ ମୁଁ ଆଉ କହିବାକୁ ଇଚ୍ଛା କରୁ ନାହିଁ।


ପିତା ଈଶ୍ବର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।


କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,


ତେବେ ମୋହର ପୁରସ୍କାର କଅଣ? ତାହା ଏହି ଯେ, ଯେପରି ମୁଁ ସୁସମାଚାରରେ ଥିବା ମୋହର ଅଧିକାର ବ୍ୟବହାର ନ କରି ସୁସମାଚାର ପ୍ରଚାର କରୁ କରୁ ସେହି ସୁସମାଚାରକୁ ବିନାମୂଲ୍ୟର ପ୍ରଚାର କରେ।


ଯଦି ଅନ୍ୟମାନେ ତୁମ୍ଭମାନଙ୍କ ଅଂଶାଧିକାରୀ ଅଟନ୍ତି, ତେବେ ଆମ୍ଭେମାନେ କଅଣ ଆହୁରି ଅଧିକ ନୋହୁଁ? ତଥାପି ଆମ୍ଭେମାନେ ସେହି ଅଧିକାର ବ୍ୟବହାର କରି ନାହୁଁ; କିନ୍ତୁ ଯେପରି ଆମ୍ଭେମାନେ ଖ୍ରୀଷ୍ଟଙ୍କ ସୁସମାଚାରର କୌଣସି ବାଧା ନ ଜନ୍ମାଉ, ଏଥିପାଇଁ ସମସ୍ତ ସହ୍ୟ କରୁଅଛୁ।


ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ବର ବୃଦ୍ଧି ସାଧନ କରିଅଛନ୍ତି।


ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୁଆ ଉପରେ ନ ଗଢ଼େ, ଏଥିନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି;


ମୁଁ କʼଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି? ମୁଁ କʼଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ‘ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନିଯିବା ପାଇଁ ମୋତେ କହୁଅଛ?’


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ବରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତି-ସ୍ୱରୂପ ହୋଇଅଛନ୍ତି।


ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ।


କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର।


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି;


କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।


ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ୱରୂପ ହୋଇଥିଲା।


କିନ୍ତୁ ଏବେ ସେହି ବିଶ୍ୱାସ ଉପସ୍ଥିତ ହେଲା ପରେ ଆମ୍ଭେମାନେ ଆଉ ସେହି ଶିକ୍ଷକର ଅଧୀନରେ ନାହୁଁ।


Swiv nou:

Piblisite


Piblisite