Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 4:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଆସିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଯିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି !

Gade chapit la Kopi

ଓଡିଆ ବାଇବେଲ

19 କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଯିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି !

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ଈଶ୍ୱର ଇଚ୍ଛା କଲେ, ମୁଁ ଶୀଘ୍ର ତୁମମାନଙ୍କ ନିକଟକୁ ଯିବି। ସେତେବେଳେ ଏହି ଉଦ୍ଧତ ଲୋକମାନଙ୍କର କଥା କେବଳ ଶୁଣିବି ନାହିଁ - ପ୍ରକୃତରେ ସେମାନଙ୍କର କେତେ ପ୍ରଭାବ ଅଛି, ତାହା ମୁଁ ଦେଖିବି।

Gade chapit la Kopi

ପବିତ୍ର ବାଇବଲ

19 କିନ୍ତୁ ଖୁବ୍ ଶୀଘ୍ର ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ଓ ଅହଂକାର କରୁଥିବା ଲୋକମାନେ କ’ଣ ଅଧିକ କାର୍ଯ୍ୟ କରୁଛନ୍ତି ତାହା ମୁଁ ଦେଖିବାକୁ ଗ୍ଭହେଁ।

Gade chapit la Kopi




୧ କରିନ୍ଥୀୟ 4:19
18 Referans Kwoze  

ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।


ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନରେ ସ୍ଥିର କରି କହିଲେ ଯେ ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ।


ହଁ, ଈଶ୍ବରଙ୍କ ଅନୁମତି ହେଲେ ଆମ୍ଭେମାନେ ଏହା କରିବା।


କିନ୍ତୁ ମୁଁ ଈଶ୍ବରଙ୍କୁ ସାକ୍ଷୀ ମାନି ମୋʼ ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥ ସହରକୁ ପୁନର୍ବାର ଯାଇ ନାହିଁ।


ତୁମ୍ଭମାନଙ୍କ ସମାଗମ ଯେପରି ଦଣ୍ଡ ନିମନ୍ତେ ନ ହୁଏ, ଏଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରୁ, ଅବଶିଷ୍ଟ ସମସ୍ତ ବିଷୟ ମୁଁ ଗଲେ ବୁଝିବି।


ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି।


ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,


ପୁଣି, ଈଶ୍ବରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମ ପ୍ରାପ୍ତ ହୁଏ।


ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ।


କିନ୍ତୁ ମୁଁ ମାକିଦନିଆ ଅଞ୍ଚଳ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି,


ତୁମ୍ଭେମାନେ ସମସ୍ତେ ଯେ ପରଭାଷାରେ କଥା କୁହ, ଏହା ମୋହର ଇଚ୍ଛା, କିନ୍ତୁ ତୁମ୍ଭେମାନେ ଯେ ଭାବବାଣୀ କୁହ, ଏହା ମୋହର ଅଧିକ ଇଚ୍ଛା; ଯେ ପରଭାଷାରେ କଥା କହେ, ସେ ଯଦି ମଣ୍ଡଳୀର ନିଷ୍ଠା ପ୍ରାପ୍ତି ନିମନ୍ତେ ଭାଷାର ଅର୍ଥ ନ କରେ, ତେବେ ତାହା ଅପେକ୍ଷା ଯେ ଭାବବାଣୀ କହେ, ସେ ଶ୍ରେଷ୍ଠ।


ସେହି ସମସ୍ତ ଅଞ୍ଚଳ ଦେଇ ଯାତ୍ରା କରି ସେ ଶିଷ୍ୟମାନଙ୍କୁ ବହୁତ ଉତ୍ସାହ ଦେବା ପରେ ଗ୍ରୀସ୍‍କୁ ଆସିଲେ।


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହିସବୁ କଥା ମୋʼ ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ, ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ।


କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି।


ମୋହର ପତ୍ରଗୁଡ଼ିକ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଭୟମାତ୍ର ଦେଖାଉଅଛି ବୋଲି ବୋଧ ନ ହେଉ।


Swiv nou:

Piblisite


Piblisite