Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କଅଣ ଅଛି? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି? ଆଉ, ଯାହା ତୁମ୍ଭେ ଦାନ ସ୍ଵରୂପେ ପାଇ ନାହଁ, ଏପରି ତୁମ୍ଭର କଅଣ ଅଛି? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ଵରୂପେ ପାଇଅଛ, ତେବେ ତାହା ଦାନ ସ୍ଵରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ?

Gade chapit la Kopi

ଓଡିଆ ବାଇବେଲ

7 କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି ? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କ'ଣ ଅଛି ? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଅନ୍ୟଠାରୁ ତୁମକୁ କିଏ ଶ୍ରେଷ୍ଠ କରିଛି? ତୁମର ସର୍ବସ୍ୱ କ’ଣ ଈଶ୍ୱରଙ୍କ ଦାନ ନୁହେଁ? ତେବେ ତୁମର ଯାହା ଅଛି, ତାହା ଦାନ ସ୍ୱରୂପେ ପାଇ ନ ଥିବା ଭଳି ଗର୍ବ କରୁଛ କାହିଁକି?

Gade chapit la Kopi

ପବିତ୍ର ବାଇବଲ

7 କିଏ କହୁଛି ଯେ, ତୁମ୍ଭେମାନେ ଅନ୍ୟମାନଙ୍କ ତୁଳନାରେ ଭଲ? ଯାହାକିଛି ତୁମ୍ଭମାନଙ୍କ ପାଖରେ ଅଛି, ତାହା ତୁମ୍ଭକୁ ଦିଆଯାଇଛି। ତେବେ ଯଦି ସମସ୍ତ ବିଷୟ ତୁମ୍ଭମାନଙ୍କ ପାଖରେ ଅଛି। ତାହା ତୁମକୁ ଦିଆଯାଇଛି। ତେବେ ଯଦି ସମସ୍ତ ବିଷୟ ତୁମ୍ଭମାନଙ୍କୁ ଦିଆଯାଇଛି, ତା'ହେଲେ ସେଗୁଡ଼ିକ ତୁମ୍ଭେମାନେ ନିଜ ଶକ୍ତି ଦ୍ୱାରା ପାଇଛ ବୋଲି ଗର୍ବ କରୁଛ।

Gade chapit la Kopi




୧ କରିନ୍ଥୀୟ 4:7
29 Referans Kwoze  

ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇପାରେ ନାହିଁ।


ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;


ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।


ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;


ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ।


ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।


ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶଗୋଟି ମୋହର ଦେଇ କହିଲେ, ମୋହର ଆସିବା ପର୍ଯ୍ୟନ୍ତ ବେପାର କର।


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।


ତଥାପି, ଯେପରି ସବୁ ଲୋକ ମୋହରି ପରି ହୁଅନ୍ତି, ଏହା ମୋହର ଇଚ୍ଛା। ମାତ୍ର କେହି ଏପ୍ରକାର, କେହି ସେପ୍ରକାର, ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ଦାନ ପାଇଅଛି।


କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ବର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।


ଆଉ, ଯେଉଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,


ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।


ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍‍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;


ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, ‘ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।’


ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ। ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ?


ଆପଲ୍ଲ କିଏ? ପାଉଲ ବା କିଏ? ସେମାନେ ତ ସେବକ ମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ।


Swiv nou:

Piblisite


Piblisite