Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 6:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଈଶ୍ବର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଈଶ୍ଵର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ଵାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ।

Gade chapit la Kopi

ଓଡିଆ ବାଇବେଲ

14 ଈଶ୍ୱର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଈଶ୍ୱର ପ୍ରଭୁ ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଅଛନ୍ତି ଏବଂ ଆପଣା ଶକ୍ତିରେ ସେ ଆମ୍ଭମାନଙ୍କୁ ମଧ୍ୟ ପୁନର୍ଜୀବିତ କରିବେ।

Gade chapit la Kopi

ପବିତ୍ର ବାଇବଲ

14 ପରମେଶ୍ୱର କେବଳ ପ୍ରଭୁଙ୍କୁ ମୃତ୍ୟୁରୁ ପୁନରୁ‌ତ୍‌ଥିତ କରି ନାହାନ୍ତି, ବରଂ ନିଜର ଶକ୍ତି ଦ୍ୱାରା ସେ ଆମ୍ଭମାନଙ୍କୁ ମଧ୍ୟ ମୃତ୍ୟୁରୁ ପୁନରୁ‌ତ୍‌ଥିତ କରିବେ।

Gade chapit la Kopi




୧ କରିନ୍ଥୀୟ 6:14
16 Referans Kwoze  

କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ।


ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।


ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରିପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।


କିନ୍ତୁ ଈଶ୍ବର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।


କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ।


କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;


କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏହି ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।


ଏହି ଯୀଶୁଙ୍କୁ ଈଶ୍ବର ଉଠାଇଅଛନ୍ତି, ସେହି ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ।


କିନ୍ତୁ ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହଁନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି। କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଈଶ୍ବରଙ୍କ ଶକ୍ତି ହେତୁ ସେ ଜୀବିତ। ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଈଶ୍ବରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା।


Swiv nou:

Piblisite


Piblisite