Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ଵରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ।

Gade chapit la Kopi

ଓଡିଆ ବାଇବେଲ

15 ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି ? ତାହା କେବେ ହେଁ ନ ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତୁମ୍ଭମାନଙ୍କର ଶରୀର ଖ୍ରୀଷ୍ଟଙ୍କ ଶରୀରର ଅଂଶ ସ୍ୱରୂପ ବୋଲି କ’ଣ ଜାଣ ନାହିଁ? ତେବେ କ’ଣ ମୁଁ ଖ୍ରୀଷ୍ଟଙ୍କ ଶରୀରର ଏକ ଅଂଶକୁ ଗଣିକାର ଅଙ୍ଗରେ ପରିଣତ କରିବି? କେବେ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

15 ତୁମ୍ଭେମାନେ କ’ଣ ଜାଣି ନାହଁ ଯେ, ତୁମ୍ଭମାନଙ୍କ ଶରୀରଗୁଡ଼ିକ ଖ୍ରୀଷ୍ଟଙ୍କର ଅଙ୍ଗବିଶେଷ? ତା'ହେଲେ ତୁମ୍ଭେମାନେ କ’ଣ ଭାବୁଛ ଯେ, ମୁଁ ଖ୍ରୀଷ୍ଟଙ୍କର ଅଙ୍ଗଗୁଡ଼ିକୁ ନେଇଯିବି, ଓ ସେଗୁଡ଼ିକୁ କୌଣସି ବେଶ୍ୟାର ଅଙ୍ଗ କରିଦେବି? କେବେ ନୁହେଁ।

Gade chapit la Kopi




୧ କରିନ୍ଥୀୟ 6:15
25 Referans Kwoze  

ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ।


ସେହିପରି ଅନେକ ଯେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ।


ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ବରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି।


ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗ ସ୍ୱରୂପ।


ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ,


କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ବର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା।


ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;


କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ୱରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ୱରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା।


ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ। ଏହା ଶୁଣି ସେମାନେ କହିଲେ, ତାହା ନ ହେଉ।”


କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି।


ତେବେ ମୋଶାଙ୍କ ବ୍ୟବସ୍ଥା କି ଈଶ୍ବରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ମୋଶାଙ୍କ ବ୍ୟବସ୍ଥା ଦିଆଯାଇଥାଆନ୍ତା, ତେବେ ଧାର୍ମିକତା ପ୍ରକୃତରେ ମୋଶାଙ୍କ ବ୍ୟବସ୍ଥାମୂଳକ ହୁଅନ୍ତା।


କିନ୍ତୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚେଷ୍ଟା କରି ଆମ୍ଭେମାନେ ନିଜେ ମଧ୍ୟ ଯଦି ପାପୀ ବୋଲି ଦେଖାଗଲୁ, ତେବେ ଖ୍ରୀଷ୍ଟ କି ପାପର ସେବକ? ତାହା କେବେ ହେଁ ନ ହେଉ।


ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ବର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;


ତେବେ, ଯାହା ଉତ୍ତମ, ତାହା କି ମୋʼ ପକ୍ଷରେ ମୃତ୍ୟୁଦାୟକ ହେଲା? ତାହା କେବେ ହେଁ ନ ହେଉ। କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋʼ ପ୍ରତି ମୃତ୍ୟୁ ସାଧନ କରିବା ଦ୍ୱାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି, ଯେପରି ଆଜ୍ଞା ଦ୍ୱାରା ପାପ ଅତିଶୟ ପାପମୟ ହୁଏ।


ତେବେ, ଆମ୍ଭେମାନେ କଅଣ କହିବା? ମୋଶାଙ୍କ ବ୍ୟବସ୍ଥା କଅଣ ପାପ? ତାହା କେବେ ହେଁ ନ ହେଉ। ବରଂ ପାପ କଅଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି।


ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ।


ତାହା କେବେ ହେଁ ନ ହେଉ। ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା?


ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ।


ତହିଁରେ ଯୋଷେଫ କହିଲେ, “ଏପରି କର୍ମ ଆମ୍ଭଠାରୁ ଦୂର ହେଉ; ଯାହାଠାରୁ ତାଟିଆ ମିଳିଅଛି, ସେ ଆମ୍ଭର ଦାସ ହେବ; ମାତ୍ର ତୁମ୍ଭେମାନେ କୁଶଳରେ ପିତାଙ୍କ ନିକଟକୁ ଚାଲିଯାଅ।”


ତାହା କେବେ ହେଁ ନ ହେଉ, କାରଣ ତାହାହେଲେ ଈଶ୍ବର କିପରି ଜଗତର ବିଚାର କରିବେ?


ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ?


କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ।


Swiv nou:

Piblisite


Piblisite