Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 6:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ଵରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁନ୍ତ

Gade chapit la Kopi

ଓଡିଆ ବାଇବେଲ

19 ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ତୁମ୍ଭମାନଙ୍କର ଶରୀର ଈଶ୍ୱରଙ୍କଠାରୁ ପ୍ରାପ୍ତ ଅନ୍ତର୍ବାସୀ ପବିତ୍ରଆତ୍ମାଙ୍କ ମନ୍ଦିର? ତୁମେ ଆଉ ତୁମର ହୋଇ ନାହଁ, ମାତ୍ର ଈଶ୍ୱରଙ୍କର।

Gade chapit la Kopi

ପବିତ୍ର ବାଇବଲ

19 ତୁମ୍ଭେମାନେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନଙ୍କ ଶରୀର ପବିତ୍ରଆତ୍ମାଙ୍କ ମନ୍ଦିର ଅଟେ। ପବିତ୍ରଆତ୍ମା ଅନ୍ତରରେ ଅଛନ୍ତି। ପବିତ୍ରଆତ୍ମାଙ୍କୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ପାଇଛ। ତୁମ୍ଭେମାନେ ନିଜେ ନିଜର ନୁହଁ।

Gade chapit la Kopi




୧ କରିନ୍ଥୀୟ 6:19
17 Referans Kwoze  

ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ବରଙ୍କ ମନ୍ଦିର, ଆଉ ଈଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;


ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି, “ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ବର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।”


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।


ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


କିନ୍ତୁ ସେ ଆପଣା ଶରୀରରୂପ ମନ୍ଦିର ସମ୍ବନ୍ଧରେ କହୁଥିଲେ।


ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି।


ସେମାନେ କହନ୍ତି, “ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ?”


ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।


ଏଥିରେ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ବାକ୍ୟାନୁସାରେ ମୁଁ ଓ ମୋର ସର୍ବସ୍ୱ ହିଁ ଆପଣଙ୍କର।”


କିନ୍ତୁ ଈଶ୍ବରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ।


ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ?


ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ବର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;


ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି?


Swiv nou:

Piblisite


Piblisite