Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଅବା, ଅଧାର୍ମିକମାନେ ଯେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ

Gade chapit la Kopi

ଓଡିଆ ବାଇବେଲ

9 ଅବା, ଅଧାର୍ମିକମାନେ ଯେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ ଦୁର୍ଜନମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ। ଏ ବିଷୟରେ ତୁମ୍ଭମାନଙ୍କର କୌଣସି ଭ୍ରାନ୍ତ ଧାରଣା ନ ରହୁ। ଲମ୍ଫଟୀ, ପ୍ରତିମାପୂଜକ, ବ୍ୟଭିଚାରୀ, ଅସ୍ୱାଭାବିକ ଯୌନକ୍ରିୟାରେ ଲିପ୍ତ ଲୋକମାନେ,

Gade chapit la Kopi

ପବିତ୍ର ବାଇବଲ

9-10 ଅଥବା, ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ଯୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ୟଭିଗ୍ଭରୀ, ସମଲିଙ୍ଗୀ, ସ୍ୱାର୍ଥପର, ଗ୍ଭେର, ମଦୁଆ, ପରନିନ୍ଦକ ଓ ଠକୁଆ, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ।

Gade chapit la Kopi




୧ କରିନ୍ଥୀୟ 6:9
51 Referans Kwoze  

ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।


ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।


କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।


ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;


ଏହି ଜଗତର ବ୍ୟଭିଚାରୀ କି ଧନଲୋଭୀ କି ପରଦ୍ରବ୍ୟ ଲୁଣ୍ଠନକାରୀ କି ପ୍ରତିମାପୂଜକମାନଙ୍କ ସହିତ ଯେ ଆଦୌ ସମ୍ପର୍କ ନ ରଖିବ, ତାହା ନୁହେଁ; ତାହାହେଲେ ତୁମ୍ଭମାନଙ୍କୁ ଜଗତରୁ ବାହାରିଯିବାକୁ ପଡ଼ିବ;


ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।


ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେକେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ।


କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ବରଙ୍କ କ୍ରୋଧ ପ୍ରକାଶିତ ହେଉଅଛି


ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,


ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତ-ମାଂସ ଈଶ୍ବରଙ୍କ ରାଜ୍ୟ ଅଧିକାର କରିପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ।


ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।


ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ବରଙ୍କ ମନ୍ଦିର, ଆଉ ଈଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;


କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏହି ବିଷୟରେ ସାବଧାନ ହୁଅ।


ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;


ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।


ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ଅଣଯିହୁଦୀମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି।


ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, “ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।”


ଇସ୍ରାଏଲର କନ୍ୟାମାନଙ୍କ ମଧ୍ୟରୁ କେହି ବେଶ୍ୟାବୃତ୍ତି କରିବ ନାହିଁ, କିଅବା ଇସ୍ରାଏଲର ପୁତ୍ରମାନଙ୍କ ମଧ୍ୟରୁ କେହି ସଦୋମୀ ହେବ ନାହିଁ।


ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।”


ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।


ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ।


ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।


“ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ।


ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।


ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।


ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ।


ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।


କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍‌ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା।


ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ।


ଯଦି କୌଣସି ପୁରୁଷ ବିବାହିତା ସ୍ତ୍ରୀ ସହିତ ଶୟନ ସମୟରେ ଧରା ପଡ଼େ, ତେବେ ସେହି ସ୍ତ୍ରୀ ସହିତ ଶୟନକାରୀ ପୁରୁଷ ଓ ସେହି ସ୍ତ୍ରୀ, ଦୁହେଁ ହତ ହେବେ। ଏହିରୂପେ ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବ।


ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁର ଆଳୟକୁ ଯାଏ।


ଓ ସେହି ସବୁ କର୍ତ୍ତବ୍ୟ କର୍ମ ମଧ୍ୟରୁ କୌଣସି କର୍ତ୍ତବ୍ୟ କର୍ମ ନ କରେ, ମାତ୍ର ଯେ ପର୍ବତଗଣର ଉପରେ ଭୋଜନ କରିଅଛି ଓ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରିଅଛି,


ସେଥିରେ ଯୀଶୁ କହିଲେ, “ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ।


ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ବରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।


କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରି ଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ।


ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।


କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାନ୍ତି, ଏପରି ଅନେକ ଲୋକଙ୍କ ନିମନ୍ତେ ମୁଁ ଶୋକ କରେ।


ଭ୍ରାନ୍ତ ନ ହୁଅ; ଈଶ୍ବର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।


ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;


ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;


Swiv nou:

Piblisite


Piblisite