Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 7:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭେ କି ଦାସ ହୋଇ ଆହୂତ ହୋଇଅଛ? ଚିନ୍ତା କର ନାହିଁ; ମାତ୍ର ଯେବେ ମୁକ୍ତ ହୋଇପାର, ତେବେ ବରଂ ସୁଯୋଗ ଅବଲମ୍ବନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭେ କି ଦାସ ହୋଇ ଆହୂତ ହୋଇଅଛ? ଚିନ୍ତା କର ନାହିଁ; ମାତ୍ର ଯେବେ ମୁକ୍ତ ହୋଇ ପାର, ତେବେ ବରଂ ସୁଯୋଗ ଅବଲମ୍ଵନ କର।

Gade chapit la Kopi

ଓଡିଆ ବାଇବେଲ

21 ତୁମ୍ଭେ କି ଦାସ ହୋଇ ଆହୂତ ହୋଇଅଛ ? ଚିନ୍ତା କର ନାହିଁ; ମାତ୍ର ଯେବେ ମୁକ୍ତ ହୋଇ ପାର, ତେବେ ବରଂ ସୁଯୋଗ ଅବଲମ୍ବନ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଈଶ୍ୱର ଆହ୍ୱାନ କଲାବେଳେ ତୁମେ କ’ଣ କ୍ରୀତଦାସ ଥିଲ? ସେଥିପାଇଁ ମନ କଷ୍ଟ କର ନାହିଁ, ଯଦି କୌଣସି ଉପାୟରେ ମୁକ୍ତ ହୋଇପାର, ତେବେ ସେହି ସୁଯୋଗର ସଦ୍ବ୍ୟବହାର କର।

Gade chapit la Kopi

ପବିତ୍ର ବାଇବଲ

21 ଯଦି ପରମେଶ୍ୱର ତୁମ୍ଭମାନଙ୍କୁ କ୍ରୀତଦାସ ଥିବା ଅବସ୍ଥାରେ ଡାକିଛନ୍ତି, ସେଥିପାଇଁ ଦୁଃଖ କର ନାହିଁ। କିନ୍ତୁ ଯଦି ତୁମ୍ଭେମାନେ ସ୍ୱାଧୀନ ହୋଇପାର, ତାହାହେଲେ ସେହି ସୁଯୋଗର ବ୍ୟବହାର କର।

Gade chapit la Kopi




୧ କରିନ୍ଥୀୟ 7:21
14 Referans Kwoze  

ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।


ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ।


ପୁଣି, କଅଣ ଖାଇବ ଓ କଅଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ,


ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।


ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”


ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି।


କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।


ଯିହୁଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।


“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;


ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ସେଥିରେ ଥାଉ।


କାରଣ ଯେ ଦାସ ହୋଇ ପ୍ରଭୁଙ୍କଠାରେ ଆହୂତ ହୋଇଅଛି, ସେ ପ୍ରଭୁଙ୍କ ମୁକ୍ତ ଲୋକ; ସେହି ପ୍ରକାରେ ଯେ ମୁକ୍ତ ହୋଇ ଅାହୂତ ହୋଇଅଛି, ସେ ଖ୍ରୀଷ୍ଟଙ୍କ ଦାସ।


Swiv nou:

Piblisite


Piblisite