Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 8:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହି ପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏହିପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ।

Gade chapit la Kopi

ଓଡିଆ ବାଇବେଲ

12 ଏହି ପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଏହିପରି ଭାବରେ ତୁମ ସହବିଶ୍ୱାସୀମାନଙ୍କ ବିରୁଦ୍ଧରେ ପାପ କରି ତୁମେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରିବ ଏବଂ ସେହି ଭାଇମାନଙ୍କ ଦୁର୍ବଳ ବିବେକକୁ ଆଘାତ ଦେବ।

Gade chapit la Kopi

ପବିତ୍ର ବାଇବଲ

12 ତୁମ୍ଭେମାନେ ଖ୍ରୀଷ୍ଟିୟ ଭାଇ ଓ ଭଉଣୀମାନଙ୍କ ବିରୁଦ୍ଧରେ ପାପ କରୁଛ, ଓ ସେମାନେ ଭୁଲ୍ ବୋଲି ଅନୁଭବ କରୁଥିବା କାମଗୁଡ଼ିକ କରିବାକୁ ଉତ୍ସାହିତ କରି ସେମାନଙ୍କ ବିବେକକୁ ଆଘାତ ଦେଉଛ। ଏହା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ମଧ୍ୟ ପାପ କରୁଛ।

Gade chapit la Kopi




୧ କରିନ୍ଥୀୟ 8:12
18 Referans Kwoze  

କିନ୍ତୁ ଯେ କେହି ମୋʼଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।


ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ।


କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ।


ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।


ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି?


ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।


ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗାଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋʼ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋʼ ପ୍ରାଣକୁ ଧରିବା ପାଇଁ ଅନ୍ୱେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ।


ମନୁଷ୍ୟ ଯଦି ମନୁଷ୍ୟ ବିରୁଦ୍ଧରେ ପାପ କରେ, ତେବେ ପରମେଶ୍ୱର ତାହାର ବିଚାର କରିବେ; ମାତ୍ର ମନୁଷ୍ୟ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରେ, ତେବେ କିଏ ତାହା ପକ୍ଷରେ ପ୍ରାର୍ଥନା କରିବ?” ତଥାପି ସେମାନେ ଆପଣା ପିତାଙ୍କ ରବ ଶୁଣିଲେ ନାହିଁ, କାରଣ ସେମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କʼଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ?”


ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟାକାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃକାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”


ସେତେବେଳେ ରୁବେନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ‘ସେହି ବାଳକ ବିଷୟରେ ପାପ କର ନାହିଁ,’ ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆଯାଉଅଛି।”


ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।”


ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।


ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାଆନ୍ତା।


ଖାଦ୍ୟ ସକାଶେ ଈଶ୍ବରଙ୍କର କର୍ମ ନଷ୍ଟ କର ନାହିଁ। ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ।


Swiv nou:

Piblisite


Piblisite