Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 8:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋʼ ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋʼ ଦ୍ଵାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କେବେ ହେଲେ ମାଂସ ଖାଇବି ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋ' ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସୁତରାଂ କୌଣସି ଖାଦ୍ୟ ଯଦି ମୋ’ ଭାଇର ବିଘ୍ନ ସ୍ୱରୂପ ହୋଇ ତାକୁ ପାପ ପଥରେ କଢ଼ାଇ ନିଏ, ସେହି ଖାଦ୍ୟ ମୁଁ କଦାପି ଗ୍ରହଣ କରିବି ନାହିଁ।

Gade chapit la Kopi

ପବିତ୍ର ବାଇବଲ

13 ଯଦି ମୋର ମାଂସ ଖାଇବା ଦ୍ୱାରା ମୋ’ ଭାଇ ପାପରେ ପଡ଼ିବ, ତା'ହେଲେ ମୁଁ ଭବିଷ୍ୟତରେ ଆଉ ମାଂସ ଖାଇବି ନାହିଁ। ଏପ୍ରକାରେ ମୁଁ ମୋ’ ଭାଇର ବିଘ୍ନର କାରଣ ହେବି ନାହିଁ।

Gade chapit la Kopi




୧ କରିନ୍ଥୀୟ 8:13
14 Referans Kwoze  

ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ।


କେହି ଦୁର୍ବଳ ହେଲେ ମୁଁ କଅଣ ଦୁର୍ବଳ ନୁହେଁ? କେହି ବିଘ୍ନ ପାଇଲେ ମୁଁ କଅଣ ଉତ୍ତପ୍ତ ହୁଏ ନାହିଁ?


ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,


ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,


ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ।


ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ।


ଯଦି ଅନ୍ୟମାନେ ତୁମ୍ଭମାନଙ୍କ ଅଂଶାଧିକାରୀ ଅଟନ୍ତି, ତେବେ ଆମ୍ଭେମାନେ କଅଣ ଆହୁରି ଅଧିକ ନୋହୁଁ? ତଥାପି ଆମ୍ଭେମାନେ ସେହି ଅଧିକାର ବ୍ୟବହାର କରି ନାହୁଁ; କିନ୍ତୁ ଯେପରି ଆମ୍ଭେମାନେ ଖ୍ରୀଷ୍ଟଙ୍କ ସୁସମାଚାରର କୌଣସି ବାଧା ନ ଜନ୍ମାଉ, ଏଥିପାଇଁ ସମସ୍ତ ସହ୍ୟ କରୁଅଛୁ।


କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ-ମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ।”


କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ଯୌନକ୍ରିୟା, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।


ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର।


ଯିହୁଦୀ ବା ଗ୍ରୀକ୍‍ ବା ଈଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,


Swiv nou:

Piblisite


Piblisite