Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 9:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।

Gade chapit la Kopi

ଓଡିଆ ବାଇବେଲ

24 ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 କ’ଣ ଜାଣ ନାହିଁ ଯେ, ପ୍ରତିଯୋଗିତାରେ ଅନେକେ ଅଂଶ ଗ୍ରହଣ କରନ୍ତି, କିନ୍ତୁ ଜଣେ ପୁରସ୍କୃତ ହୁଏ? ତୁମ୍ଭେମାନେ ଏପରି ଭାବରେ ଦୌଡ଼, ଯେପରି ପୁରସ୍କାର ଲାଭ କରି ପାରିବ।

Gade chapit la Kopi

ପବିତ୍ର ବାଇବଲ

24 ତୁମ୍ଭେମାନେ ଜାଣ ଯେ, ଦୌଡ଼ ପ୍ରତିଯୋଗିତାରେ ସମସ୍ତେ ଦୌଡ଼ନ୍ତି, କିନ୍ତୁ ତାଙ୍କ ଭିତରୁ ମାତ୍ର ଜଣକୁ ପୁରସ୍କାର ମିଳେ। ତୁମ୍ଭେମାନେ ଯେପରି ଜିତିବ, ସେପ୍ରକାର ଦୌଡ଼।

Gade chapit la Kopi




୧ କରିନ୍ଥୀୟ 9:24
18 Referans Kwoze  

ପଶ୍ଚାତ୍‍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବରଙ୍କ ସ୍ୱର୍ଗୀୟ ଆହ୍ୱାନର ପୁରସ୍କାର ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି।


ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।


ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।


ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ପୁନରାଗମନ ଦିନରେ ଦର୍ପ କରିପାରିବି।


ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ।


ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ?


“ଯଦି ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ ସେମାନେ ତୁମ୍ଭକୁ କ୍ଳାନ୍ତ କରିଅଛନ୍ତି, ଯଦି ତୁମ୍ଭେ ଅଶ୍ୱଗଣ ସଙ୍ଗରେ କିପରି ପଣ କରି ପାରିବ? ପୁଣି, ଯଦ୍ୟପି ଶାନ୍ତିର ଦେଶରେ ନିର୍ଭୟ ହୁଅ, ତଥାପି ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କଅଣ କରିବ?


ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ସମ୍ମାନ ଯୋଗ୍ୟ, କେବଳ ସେମାନଙ୍କୁ ପୃଥକ୍ ଭାବରେ ବୁଝାଇଲି।


ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।


ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।


ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;


ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ।


ଆହୁରି, ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।


ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍‍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?


ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି, ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦୀ ସହିତ ଅଂଶୀ ହୁଅନ୍ତି, ଏହା କଅଣ ଜାଣ ନାହିଁ?


ମୁଁ ଯେପରି ସୁସମାଚାରର ଆଶୀର୍ବାଦର ସହଭାଗୀ ହୁଏ, ଏଥିପାଇଁ ମୁଁ ସୁସମାଚାର ନିମନ୍ତେ ସବୁ କରେ।


ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି।


Swiv nou:

Piblisite


Piblisite