Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 9:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମୁଁ ମନୁଷ୍ୟ ଭାବରେ କଅଣ ଏହିସବୁ କଥା କହୁଅଛି? ମୋଶାଙ୍କ ବ୍ୟବସ୍ଥା ମଧ୍ୟ କଅଣ ଏହିସବୁ କଥା କୁହେ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମୁଁ ମନୁଷ୍ୟ ଭାବରେ କଅଣ ଏହିସବୁ କଥା କହୁଅଛି? ବ୍ୟବସ୍ଥା ମଧ୍ୟ କଅଣ ଏହିସବୁ କଥା କୁହେ ନାହିଁ?

Gade chapit la Kopi

ଓଡିଆ ବାଇବେଲ

8 ମୁଁ ମନୁଷ୍ୟ ଭାବରେ କ'ଣ ଏହି ସବୁ କଥା କହୁଅଛି ? ମୋଶାଙ୍କ ବ୍ୟବସ୍ଥା ମଧ୍ୟ କ'ଣ ଏହି ସବୁ କଥା କୁହେ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ମନୁଷ୍ୟ ଭାବରେ କ’ଣ ମୁଁ ଏହା କହୁଛି? ବ୍ୟବସ୍ଥାରେ ଏହା କୁହାଯାଇ ନାହିଁ କି?

Gade chapit la Kopi

ପବିତ୍ର ବାଇବଲ

8 ଏହି କଥାଗୁଡ଼ିକ କେତେକ ମନୁଷ୍ୟର ଚିନ୍ତାଧାରା ନୁହେଁ ମାତ୍ର ପରମେଶ୍ୱରଙ୍କ ବ୍ୟବସ୍ଥା ମଧ୍ୟ ସେହି କଥା କୁହେ।

Gade chapit la Kopi




୧ କରିନ୍ଥୀୟ 9:8
9 Referans Kwoze  

ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ବର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।


ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।


ସାଧୁମାନଙ୍କ ସମସ୍ତ ମଣ୍ଡଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ଡଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାନ୍ତି, ବରଂ ମୋଶାଙ୍କ ବ୍ୟବସ୍ଥାର ଉକ୍ତି ଅନୁସାରେ ସେମାନେ ବଶୀଭୂତ ହୋଇ ରହନ୍ତୁ।


କିନ୍ତୁ ସେ ଅବିବାହିତ ହୋଇ ରହିଲେ ଅଧିକ ସୁଖୀ ହେବ, ଏହା ମୋହର ମତ, ଆଉ ମୁଁ ମଧ୍ୟ ଈଶ୍ବରଙ୍କ ଆତ୍ମା ପାଇଅଛି ବୋଲି ମନେ କରେ।


ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର।


ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ।


ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।


କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ବରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କଅଣ କହିବା? ଯେଉଁ ଈଶ୍ବର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ? ମୁଁ ମନୁଷ୍ୟର ବିଚାର ଅନୁସାରେ କହୁଅଛି।


କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋʼ ଦ୍ୱାରା ପ୍ରଚାରିତ ହୋଇଅଛି, ସେ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁସାରେ ନୁହେଁ;


Swiv nou:

Piblisite


Piblisite