Biblia Todo Logo
Bib sou entènèt

- Piblisite -




୧ ଯୋହନ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନ; ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ।

Gade chapit la Kopi

ଓଡିଆ ବାଇବେଲ

2 ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଜୀବନପ୍ରଦାୟୀ ସେହି ବାକ୍ୟ ଯେତେବେଳେ ଦୃଶ୍ୟମାନ ହେଲେ, ଆମେ ତାହାଙ୍କୁ ଦେଖିଲୁ; ତେଣୁ ତାଙ୍କ ବିଷୟରେ ଆମେ ଏହି କଥା ସାକ୍ଷ୍ୟ ଦେଇ ଘୋଷଣା କରୁଛୁ ଯେ, ଅନନ୍ତଜୀବନ ରୂପେ ସେ ପିତା ଈଶ୍ୱରଙତ୍ ସହିତ ସଦା ବିଦ୍ୟମାନ ଥିଲେ- ଏବଂ ସେ ଆମେ ନିକଟରେ ପ୍ରକାଶିତ ହୋଇଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ

2 ସେହି ଜୀବନ ଆମ୍ଭ ନିକଟରେ ପ୍ରକାଶିତ ହେଲା। ଆମ୍ଭେ ତାହା ଦେଖିଲୁ। ଆମ୍ଭେ ଏ ସମ୍ପର୍କରେ ପ୍ରମାଣ ଦେଇପାରୁ। ବର୍ତ୍ତମାନ ଆମ୍ଭେ ସେହି ଜୀବନ ସମ୍ପର୍କରେ ତୁମ୍ଭକୁ କହୁଛୁ। ଏହି ଜୀବନ ସଦାକାଳ ରହିଛନ୍ତି। ପୂର୍ବରୁ ଏହା ପିତା ପରମେଶ୍ୱରଙ୍କ ସହିତ ଥିଲା। ପରମେଶ୍ୱର ସେହି ଜୀବନ ଆମ୍ଭକୁ ପ୍ରକାଶିତ କଲେ।

Gade chapit la Kopi




୧ ଯୋହନ 1:2
37 Referans Kwoze  

ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।


ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ।


ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।


ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।


ସେହି ସାକ୍ଷ୍ୟ ଏହି ଯେ, ଈଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି।


ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।


ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;


ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।


ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ।


କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;


କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେଲେ,


ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋʼ ସହିତ ରହିଅଛ।”


କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।


ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,


ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ବରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ। ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,


ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ବର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ।


ଏହି ଯୀଶୁଙ୍କୁ ଈଶ୍ବର ଉଠାଇଅଛନ୍ତି, ସେହି ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ।


ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ।”


ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ଯୀଶୁ ଶିଷ୍ୟମାନଙ୍କୁ ଏହି ତୃତୀୟ ଥର ଦର୍ଶନ ଦେଲେ।


ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ୱାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।”


ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି।”


ମୁଁ ପିତାଙ୍କ ନିକଟରେ ଯାହା ଯାହା ଦେଖିଅଛି, ସେହିସବୁ କହୁଅଛି; ଅତଏବ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ପିତା ନିକଟରୁ ଯାହା ଯାହା ଶୁଣିଅଛ, ସେହିସବୁ କର।”


ମୁଁ ତାହାଙ୍କୁ ଜାଣେ, କାରଣ ମୁଁ ତାହାଙ୍କଠାରୁ ଉତ୍ପନ୍ନ, ଆଉ ସେ ମୋତେ ପ୍ରେରଣ କଲେ।”


ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ।


କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।


ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।


ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।


ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ୱାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି।


ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।


ଏହା ଦ୍ୱାରା ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ବରଙ୍କଠାରୁ ଆଗତ,


ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ।


ଈଶ୍ବରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।


Swiv nou:

Piblisite


Piblisite